Latest Odisha News

BREAKING NEWS

ବଙ୍ଗୋପସାଗରରେ ଡିପ୍ ଡିପ୍ରେସନ, ଆଜି ଏସବୁ ଜିଲ୍ଲାରେ ବର୍ଷା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ସୃଷ୍ଟି ଡିପ୍ରେସନ ଆଜି ସକାଳେ ଡିପ୍ ଡିପ୍ରେସନରେ ପରିଣତ ହୋଇଛି।  ଗଭୀର ଅବପାତର ରୂପ ନେଇ ଉତ୍ତର ଓଡିଶା ଉପକୂଳର ଚାନ୍ଦବାଲି  ଦେଇ ଅତିକ୍ରମ କରିଛି। ଏହାର ପ୍ରଭାବରେ ଆଜି ବି ରାଜ୍ୟରେ ଲାଗି ରହିବ ବର୍ଷା। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଡିପ୍ ଡିପ୍ରେସନ ଉତ୍ତର ଛତିଶଗଡ଼ ଆଡ଼କୁ ଗତି କରିବ ।  ଆଜି ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଢେଙ୍କାନାଳ ଓ ନୟାଗଡ଼କୁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର ଓ ବରଗଡ଼କୁ ମଧ୍ୟ ରେଡ୍ ଆଲର୍ଟ ଜାରି କରାଯାଇଛି ।

ସେହିପରି ପ୍ରବଳ ବର୍ଷା ପାଇଁ ବଲାଙ୍ଗୀର, ଝାରସୁଗୁଡା, ସୁନ୍ଦରଗଡ଼, ବୌଦ୍ଧ, କେନ୍ଦୁଝର, ଢେଙ୍କାନାଳ ଓ କଟକକୁ ଅରେଞ୍ଜ ୱାର୍ଣିଂ ଦିଆଯାଇଛି । ଏହି ସବୁ ଜିଲ୍ଲାରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହୋଇପାରେ ।  ସହରାଞ୍ଚଳରେ ପ୍ରବଳ ବର୍ଷା ପାଇଁ ଭିଜିବିଲିଟି କମ୍ ରହିବ । ଏତିକିବେଳେ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବ ।

ଅଧିକ ବର୍ଷା ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ଵତନ୍ତ୍ର ରିଲିଫ୍ କମିଶନର। ମୁକାବିଲା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ କୁହାଯାଇଛି। ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର ।

Leave A Reply

Your email address will not be published.