Latest Odisha News

ବଙ୍ଗୋପସାଗରରେ ଅବପାତ: ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଅବପାତ ସକ୍ରିୟ ରହିଛି । ଏହା ଆଜି ଉତ୍ତର ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ । ଏହାର ପ୍ରଭାବରେ ତାମିଲନାଡୁ ଉପକୂଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ତାମିଲାନଡୁର ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଜାରି ହୋଇଛି ରେଡ୍ ଓ୍ୱାର୍ଣ୍ଣିଂ ।

ଅବପାତ ପ୍ରଭାବରେ ଆଜିଠାରୁ ଦକ୍ଷିଣ ଆଭ୍ୟନ୍ତରୀଣ ତଥା ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ପାଗ ମେଘୁଆ ରହିବା ସମ୍ଭାବନା ରହିଛି । ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ଯାଏ ବୃଦ୍ଧି ପାଇପାରେ । ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା କହିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ବିଶେଷକରି ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗିର, ପୁରୀ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୧୪ ଓ ୧୫ ତାରିଖରେ ଦକ୍ଷିଣ ଓଡ଼ିଶାରେ ବର୍ଷା ବଢ଼ିବା ସହ ଉପକୂଳରେ ହାଲୁକା ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.