ଭୁବନେଶ୍ୱର: ଆସନ୍ତା ୧୨ଘଣ୍ଟାରେ ବାତ୍ୟା । ବଙ୍ଗୋପସାଗରରେ ଗଭୀର ଅବପାତର ରୂପ ନେଲା ଅବପାତ । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକାଳ ୫ଟା ୩୦ରେ ଗଭୀର ଅବପାତ ରୂପ ନେଇଛି ଅବପାତ । ଅଧିକ ଘନୀଭୂତ ହୋଇ ୧୨ଘଣ୍ଟାରେ ବାତ୍ୟାର ରୂପ ନେବା ସମ୍ଭାବନା । ଏନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବାତ୍ୟାର ରୂପ ନେବା ପରେ ଆସନ୍ତାକାଲି ସକାଳୁ ଓଡ଼ିଶା ଓ ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି ।
ବର୍ତ୍ତମାନ ଏହା ଗୋପାଳପୁରଠାରୁ ୬୭୦କିମି, ପାରାଦୀପଠାରୁ ୭୬୦କିମି ଦୂରରେ ରହିଛି । ଗତ ୬ଘଣ୍ଟା ହେବ ଏହା ୩୨କିଲୋମିଟର ବେଗରେ ଗତି କରୁଛି । ସ୍ଥଳଭାଗ ଛୁଇଁଲାବେଳକୁ ଘଣ୍ଟା ପ୍ରତି ପବନର ବେଗ ୮୦ରୁ ୯୦କିଲୋମିଟର ରହିବାର ସମ୍ଭାବନା ରହିଛି । ବାତ୍ୟା କେଉଁଠି ଛୁଇଁବ ସ୍ପଷ୍ଟ ହୋଇନଥିଲେ ମଧ୍ୟ ପ୍ରଭାବରେ ପାଗ ବଦଳିବା ଆମ୍ଭ ହୋଇଛି । ସନ୍ଧ୍ୟାଠାରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ମଧ୍ୟ ଅନୁମାନ କରାଯାଉଛି ।
ଆଜି ପାଇଁ ୭ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଚାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । କୋରାପୁଟ, ରାୟଗଡ଼ା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସଜାଗ ରହିଛି ମସ୍ତ୍ର୍ୟଜୀବୀ ।
Comments are closed.