Latest Odisha News

BREAKING NEWS

ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ମୁହାଁ ଅବପାତ…

ଭୁବନେଶ୍ଵର: ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ମୁହାଁ ଅବପାତ। ଯାହା ଫଳରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିପାରେ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ।

ସୂଚନା ଅନୁଯାୟୀ, ଦାରିଙ୍ଗବାଡ଼ିର ପ୍ରାୟ ୫୦ କିମି ଉତ୍ତର-ଉତ୍ତରପଶ୍ଚିମ, ଭବାନୀପାଟଣାର ୯୦ କିମି ପୂର୍ବ ଏବଂ ଟିଟଲାଗଡ଼ର ୯୦ କିମି ଦକ୍ଷିଣ-ପୂର୍ବ ଦିଗରେ ଏହି ଅବପାତ ରହିଛି। ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏହା ଦକ୍ଷିଣ ଓଡ଼ିଶା ଏବଂ ଦକ୍ଷିଣ ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରି ଏକ ସ୍ପଷ୍ଟ ନିମ୍ନ ଚାପ କ୍ଷେତ୍ରରେ ପରିଣତ ହେବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)।

ପାଣିପାଗ ସଂସ୍ଥା ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଝଡ଼ବର୍ଷା/ବଜ୍ରପାତ ଏବଂ ପବନର ବେଗ ୩୦-୪୦ କିମି ପ୍ରତି ଘଣ୍ଟା ପର୍ଯ୍ୟନ୍ତ ପହଞ୍ଚିପାରେ। ତେବେ ଏନେଇ ଏକ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।

ନୂଆପଡ଼ା, ବଲାଙ୍ଗୀର, କୋରାପୁଟ, ବରଗଡ଼, କେନ୍ଦୁଝର, ଅନୁଗୁଳ ଏବଂ ଢେଙ୍କାନାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ଏବଂ ଘଣ୍ଟା ପ୍ରତି ୩୦-୪୦ କିମି ପର୍ଯ୍ୟନ୍ତ ପବନ ବହିବାର ସମ୍ଭାବନା ରହିଛି। ସେହିପରି ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, କନ୍ଧମାଳ, ରାୟଗଡା ଏବଂ ମାଲକାନଗିରିରେ ବର୍ଷା ନେଇ ଆକଳନ କରିଛି।

 

Comments are closed.