Latest Odisha News

BREAKING NEWS

ବଙ୍ଗୋପସାଗରରେ ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ; ଏହି ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷିବ

ଭୁବନେଶ୍ବର: ଅବପାତରେ ପରିଣତ ହୋଇଛି କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ । ଫଳରେ ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ତେବେ ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ମଧ୍ୟରାତିରେ ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ ।

ବର୍ତ୍ତମାନ ଏହା କଳିଙ୍ଗପଟ୍ଟନମ ଠାରୁ ୮୦ କିଲୋମିଟର ଦୂରରେ ଥିବା ବେଳେ ଗୋପାଳପୁର ଠାରୁ ୧୮୦ କିମି ଦୂରରେ ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟ୍ୱିଟ୍ କରି ଏହି ସୂଚନା ଦେଇଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି, ଗଜପତି ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Comments are closed.