Latest Odisha News

BREAKING NEWS

୧୨ ଘଣ୍ଟାରେ ଅବପାତ, ୩ ଦିନ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଘନୀଭୂତ ହେଉଛି ଲଘୁଚାପ । ୧୨ ଘଣ୍ଟାରେ ଅବପାତରେ ପରିଣତ ହେବ । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଢ଼ିବ ବର୍ଷାର ପରିମାଣ । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶଃ ଲଘୁଚାପ ସକ୍ରିୟ ରହିବା ସହ ଏହା ଆଗାମୀ ୧୨ ଘଣ୍ଟାରେ ଉତ୍ତରପଶ୍ଚିମ ଦିଗକୁ ଗତି କରି ଅବପାତରେ ପରିଣତ ହେବ ।

ପ୍ରଭାବରେ ରାଜ୍ୟରେ ଅଗଷ୍ଟ ୩ ଯାଏ ପ୍ରବଳରୁ ଅତିପ୍ରବଳ ହେବ । ୪ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଜି ଅତିପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ରହିଛି । ସେହିଭଳି ପ୍ରବଳ ବର୍ଷା ନେଇ ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ସୁନ୍ଦରଗଡ଼, କଟକ ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି ।

ଆସନ୍ତାକାଲି ଅଗଷ୍ଟ ୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ଦେବଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ସୁନ୍ଦରଗଡ଼଼, କଟକ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ରହିଛି । ସେହିଭଳି ୧୧ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଦିଆଯାଇଛି ୟେଲୋ ଆଲର୍ଟ ।

ଅଗଷ୍ଟ ୨ରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି । ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ ।

୩ ତାରିଖରେ ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, କେନ୍ଦୁଝର, ସମ୍ବଲପୁର, ସୋନପୁର, ବଲାଙ୍ଗିର, ନୂଆପଡ଼ା ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି । ୪ ତାରିଖରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Leave A Reply

Your email address will not be published.