Latest Odisha News

୨୪ ଘଣ୍ଟା ମଧ୍ୟରେ ଅବପାତ: ୨୯ ତାରିଖ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର:   ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆସନ୍ତାକାଲି ଅବପାତର ରୂପ ନେବାର ସମ୍ଭାବନା ରହିଛି ।  ଏହା ଉତ୍ତର-ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି  କରିବାର ସମ୍ଭାବନା ରହିଛି।

BjdElectrycity

ଏହାର ପ୍ରଭାବରେ ଆସନ୍ତା ୨୯  ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟର ଅଧିକାଂଶ ଅଞ୍ଚଳରେ ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୫ ଏବଂ ୨୬ ତାରିଖ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆସନ୍ତା ୨୪ ଘଣ୍ଟ ପାଇଁ ମାଲକାନଗିରି, କୋରାପୁଟ, ଗଜପତି ଏବଂ ଗଞ୍ଜାମ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, ମୟୂରଭଞ୍ଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୨୭ ତାରିଖ ମଧ୍ୟ ରାଜ୍ୟର ଅଧିକାଂଶ ଅଞ୍ଚଳରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି  । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡିରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବେଳେ ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗିର, ପୁରୀ ଓ ବୌଦ୍ଧ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହାସହ ଘଣ୍ଟା ପ୍ରତି ୪୫ ରୁ ୫୫ କି.ମି. ବେଗରେ ପବନ ମଧ୍ୟ ବହିବାର ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ  ତଳୁଆ ଅଞ୍ଚଳରେ ପାଣି ଜମିବ ।  ତୀବ୍ର ବୃଷ୍ଟିପାତ ସମୟରେ ରାସ୍ତାରେ ଦୃଶ୍ୟମାନ ଦୂରତା କମିବା ଓ ଯାତାୟାତ ବାଧାପ୍ରାପ୍ତ ହୋଇପାରେ  ।  ସହରାଞ୍ଚଳରେ ଟ୍ରାଫିକ ଜନିତ ସମସ୍ୟା ଉପୁଜିବା ଆଶଙ୍କା ମଧ୍ୟ ରହିଥିବା ନେଇ ସତର୍କ ସୂଚନା ଦିଆଯାଇଛି ।

Leave A Reply

Your email address will not be published.