Latest Odisha News

କାଲି ୩ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତ  । ଏହା ଦକ୍ଷିଣ- ଦକ୍ଷିଣ ପୂର୍ବ ସାଗର ଦ୍ୱୀପ ଠାରୁ ୩୮୦ କିଲୋମିଟର ଏବଂ ବାଂଲାଦେଶ ଖେପୁପାରା ଠାରୁ ୪୯୦ କିଲୋମିଟର ଦକ୍ଷିଣରେ କେନ୍ଦ୍ରୀଭୂତ ରହିଛି। ଏହା କ୍ରମଶଃ ତୀବ୍ର ହୋଇ ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବ । ଆସନ୍ତାକାଲି ସଂନ୍ଧ୍ୟା  ସୁଦ୍ଧା ବାତ୍ୟାରେ ପରିଣତ ହୋଇ ସାଗରଦ୍ୱୀପ ଓ ଖେପୁପରା ମଝିରେ ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଛି  ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆଜି ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି  ।୨୬ତାରିଖରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର  ସମ୍ଭାବନା ଅଧିକ ରହିଛି । ଫଳରେ ଅଶାନ୍ତ ରହିବ ସମୁଦ୍ର । ସେହିପରି  ୨୭ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ବାରଣ କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.