Latest Odisha News

BREAKING NEWS

ଘଣ୍ଟାପ୍ରତି ୨୦ କିଲୋମିଟର ବେଗରେ ଗତି କରୁଛି ଗଭୀର ଅବପାତ

ଭୁବନେଶ୍ୱର: ଗଭୀର ଅବପାତରେ ପରିଣତ ହୋଇଛି ସୃଷ୍ଟ ଲଘୁଚାପ । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତ ଘଣ୍ଟାପ୍ରତି ୨୦ କିଲୋମିଟର ବେଗରେ ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆଉ କିଛି ଘଣ୍ଟାରେ ଗଭୀର ଅବପାତ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ । ବାତ୍ୟା ରିକର୍ଭ କରି ଉତ୍ତର-ଉତ୍ତରପୂର୍ବ ଦିଗକୁ ଯାଇ ବାଂଲାଦେଶ ଉପକୂଳ ୨୫ ତାରିଖ ସକାଳେ ଛୁଇଁବ ।

ପ୍ରଭାବରେ ୨୪ ତାରିଖରେ କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୫ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଓଡ଼ିଶା ଉପକୂଳରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ରହିପାରେ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ୨୫ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି । ଓଡ଼ିଶାର ସମସ୍ତ ବନ୍ଦରରେ ୩ ନମ୍ବର ସଂକେତ ଦିଆଯାଇଛି ।

Leave A Reply

Your email address will not be published.