Latest Odisha News

ଫିକା ପଡିପାରେ ଦଶହରା : ଅବପାତର ରୂପ ନେଲା ଲଘୁଚାପ; ୨୭ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି । ବର୍ତ୍ତମାନ ପାରଦୀପଠାରୁ ଦକ୍ଷିଣରେ ୬୧୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ୨୪ ଘଣ୍ଟାରେ ଏହା ଗଭୀର ଅବପାତର ରୂପ ନେବାର ସମ୍ଭାବନା ରହିଛି । ମଧ୍ୟାହ୍ନଠାରୁ ଗତିପଥ ପରିବର୍ତ୍ତନ କରି ଉତ୍ତର-ଉତ୍ତର ପୂର୍ବକୁ ମୁହାଁଇବ । ପରେ ଉତ୍ତର-ଉତ୍ତର ପୂର୍ବ ଦିଗରେ ବାଂଲାଦେଶ –ପଶ୍ଚିମବଙ୍ଗ ଉପକୂଳ ମୁହାଁ ସମ୍ଭାବନା ରହିଛି । ସେପଟେ ବଙ୍ଗୋପସାଗରରେ ଦୁର୍ବଳ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଜି ରାତିରେ ଅବପାତ ଗଭୀର ଅବପାତରେ ପରିଣତ ହେବ । କାଲି ମଧ୍ୟ ରାତ୍ର ସୁଦ୍ଧା ଦୁର୍ବଳ ବାତ୍ୟାର ରୂପ ନେଇପାରେ  । ସମୁଦ୍ରରେ ପବନର ବେଗ ସର୍ବାଧିକ ୮୦ କିମି ରହିପାରେ  ।

୨୭ ତାରିଖ ଯାଏଁ ସମୁଦ୍ର ଅଶାନ୍ତ ରହିବ  । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ଓଡିଶା ଉପରେ ବିଶେଷ ପ୍ରଭାବ ନ ପଡିବାର ସମ୍ଭାବନା ରହିଛି । ହେଲେ ୨୪ ଓ ୨୫ ତାରିଖରେ ବର୍ଷାର ବିସ୍ତୃତି ସାମାନ୍ୟ ବଢିବ  ।  ପାର୍ବଣ ଚାଲିଥିବାରୁ ଲଘୁଚାପ ଜନିତ ବର୍ଷା ଦଶହରାକୁ ଫିକା ପକାଇପାରେ ବୋଲି ଆଶଙ୍କା କରାଯାଉଛି । ଯଦିଓ ଏହାର ପ୍ରଭାବ ଓଡ଼ିଶା ଉପରେ ବିଶେଷ ପ୍ରଭାବ ପକାଇବ ନାହିଁ । କିନ୍ତୁ ନବମୀ ସନ୍ଧ୍ୟା ଏବଂ ଦଶମୀରେ ବର୍ଷା ହେବାର ଆଶଙ୍କା ରହିଛି । ଯାହାର ପ୍ରଭାବ ବିଶେଷକରି ଉପକୂଳ ଓଡ଼ିଶାରେ ପଡିବ । ଆଗାମୀ ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଗଞ୍ଜାମ, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.