Latest Odisha News

ସୁଭଦ୍ରା ଟଙ୍କା ନେଇ ବଡ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର: ସୁଭଦ୍ରା ଟଙ୍କାକୁ ନେଇ ବଡ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସେ କହିଛନ୍ତି ୨୪ ତାରିଖରେ ବାକି ଥିବା ହିତାଧିକାରୀଙ୍କୁ ଟଙ୍କା ମିଳିବ । କେହି ବଞ୍ଚିତ ହେଲେ ୨୪ ତାରିଖ ପରେ ଗାଁ ଗାଁକୁ ଟିମ ଯିବ । ଅଙ୍ଗନବାଡ଼ି କର୍ମୀ ବ୍ୟକ୍ତିଗତ ଭାବେ ଯାଇ ଭେରିଫିକେସନ କରିବେ ।

ଏହା ବ୍ୟତୀତ ସୁଭଦ୍ରା ଟଙ୍କା ପାଇନଥିବା ମହିଳାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ । ସେ କହିଛନ୍ତି, ଗୋଟିଏ ଆକାଉଣ୍ଟ ସହ ଗୋଟିଏ ମୋବାଇଲ ନମ୍ବର ଲିଙ୍କ ଥିବା ଆବଶ୍ୟକ । ପ୍ରାୟ ୫ ଲକ୍ଷ ଆବେଦନକାରୀଙ୍କର ବ୍ୟାଙ୍କ ସହ ଲିଙ୍କେଜ ହୋଇନି ।

ବ୍ୟାଙ୍କ ଆକାଉଣ୍ଟ-ଆଧାର-ମୋବାଇଲ ନମ୍ବର ମଧ୍ୟରେ ସମନ୍ବୟ ନାହିଁ । ଯାହାର ଦୁଇ ତିନିଟି ଆକାଉଣ୍ଟ, ସେମାନଙ୍କର ଏଭଳି ସମସ୍ୟା ହେଉଛି । ବ୍ୟାଙ୍କ ଯାଇ ଗୋଟିଏ ଆକାଉଣ୍ଟ ସହ ଗୋଟିଏ ମୋବାଇଲ ନମ୍ବର ଯୋଡ଼ନ୍ତୁ ।

Leave A Reply

Your email address will not be published.