Latest Odisha News

BREAKING NEWS

ମା’ ତାରାତାରିଣୀ ପୀଠରେ ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପଗୁଡିକର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ଗଞ୍ଜାମ: ଆଜି ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେଵୀ ମାଆ ତାରାତାରିଣୀ ଶକ୍ତିପୀଠ ପରିଦର୍ଶନ କରି ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପଗୁଡିକର ସମୀକ୍ଷା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏହି ସମୟରେ ତାଙ୍କ ସହିତ ଉପସ୍ଥିତ ଥିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।

ଏହି ସମ୍ପର୍କରେରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତି ପରିଡା ଏକ୍ସ ରେ ପୋଷ୍ଟ କରି ଲେଖିଛନ୍ତି ଯେ, ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀ ଶକ୍ତିପୀଠ ଗସ୍ତ କରି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲି । ରାଜ୍ୟବାସୀଙ୍କ ଧାର୍ମିକ, ଆଧ୍ୟାତ୍ମିକ, ସାମାଜିକ ଓ ସାଂସ୍କୃତିକ ଭାବାବେଗ ସହ ଯୋଡ଼ି ହୋଇ ରହିଥିବା ଏହି ମନ୍ଦିର ରାଜ୍ୟ ପର୍ଯ୍ୟଟନର ଏକ ପ୍ରମୁଖସ୍ଥଳୀ ।

ମା’ ତାରାତାରିଣୀଙ୍କ ପୀଠ ଏବଂ ଆଖପାଖ ଅଞ୍ଚଳର ଉନ୍ନତିକରଣ ଦ୍ୱାରା ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ନିମନ୍ତେ ପ୍ରୟାସ କରାଯାଉଛି ।

ତେବେ ଏହି ଗସ୍ତ ସମୟରେ ଉପ ମୁଖ୍ୟମନ୍ତ୍ରୀ ଓ ଆଇନମନ୍ତ୍ରୀଙ୍କ ସହ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମାନ୍ୟବର ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମାନ୍ୟବର ବ୍ରହ୍ମପୁର ବିଧାୟକ କେ.ଅନିଲ କୁମାର,ଏବଂ ମାନ୍ୟବର ଆସ୍କା ବିଧାୟକ ସରୋଜ ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ ।

Comments are closed.