Latest Odisha News

ପିଲାଙ୍କୁ ଛତୁଆ ବଦଳରେ ମିଳିବ ମାଣ୍ଡିଆ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅଙ୍ଗନଓ୍ବାଡିରେ ପିଲାଙ୍କୁ ଦିଆଯାଉଥିବା ଛତୁଆକୁ ନେଇ ଚିନ୍ତାରେ ଉପମୁଖ୍ୟମନ୍ତ୍ରୀ । ଖରାପ ମାନର ଛତୁଆକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆଗକୁ ଅଙ୍ଗନଓ୍ବାଡି ମାନଙ୍କରେ ଛତୁଆ ବଳଦରେ ଦିଆଯାଇପାରେ ମାଣ୍ଡିଆ ।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଖରାପ ଛତୁଆ ବିଭାଗ ପାଇଁ ସାଜିଛି ମୁଣ୍ଡବ୍ୟଥାର କାରଣ । ଖରାପ ଛତୁଆକୁ ନେଇ ବିଭାଗ ନିନ୍ଦା ସହୁଛି । ତେଣୁ ଆଗକୁ ଛତୁଆ ବଦଳରେ ମାଣ୍ଡିଆ ଦେବା ପାଇଁ ଚିନ୍ତା କରୁଛି ବିଭାଗ ।

ସେହିପରି, ସବୁଆଡେ ଛତୁଆ ନୁହଁ, ଆଞ୍ଚଳିକ ଆବଶ୍ୟକତା ଅନୁଯାୟୀ, ପିଲାଙ୍କୁ ଖାଦ୍ୟ ଦିଆଯିବ । ଖାସ କରି ପୃଷ୍ଟିକର ଛତୁଆ କେମିତି ତିଆରି ହେବ । ସେନେଇ ବିଭାଗ ଆଲୋଚନା କରୁଛି । ଖୁବଶୀଘ୍ର ଏଦିଗରେ କିପରି ପଦକ୍ଷେପ ନିଆଯିବ । ସେନେଇ ମଧ୍ୟ ଆଲୋଚନା ଚାଲିଛି । ଅପପୃଷ୍ଟି ମୁକ୍ତ ଓଡିଶା ଗଠନ କରିବାକୁ ବିଭାଗ ପ୍ରତିଶୃତିବଦ୍ଧ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.