Latest Odisha News

BREAKING NEWS

ଲୋକମାନ୍ୟ ତିଳକ ଏକ୍ସପ୍ରେସ ଲାଇନଚ୍ୟୁତ ଘଟଣା: ୪ ରେଳ କର୍ମଚାରୀ ନିଲମ୍ବିତ

ଭୁବନେଶ୍ୱର: ଗୁରୁବାର ସକାଳେ କଟକ ନିର୍ଗୁଣ୍ଡି ଠାରେ ମୁମ୍ବାଇ-ଭୁବନେଶ୍ବର ଲୋକମାନ୍ୟ ତିଲକ ଏକ୍ସପ୍ରେସର ୮ ଟି ବଗି ଲାଇନଚ୍ୟୁତ ହୋଇଯାଇଥିଲା । ଏହି ଘଟଣାରେ ୪ ଜଣ ରେଳ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଥିବା ସୂଚନା ମିଳିଛି।

ମିଳିଥିବା ସୂଚନା ଅନୁଯାୟୀ, କାର୍ଯ୍ୟରେ ଅବହେଳା ଦର୍ଶାଇ କଟକ ନିର୍ଗୁଣ୍ଡି ଷ୍ଟେସନର ଡେପୁଟି ଷ୍ଟେସନ ମ୍ୟାନେଜର, ମାଲବାହୀ ଟ୍ରେନର ଗାର୍ଡ ଓ ଏଲଟିଟି ଟ୍ରେନର ୨ ଜଣ ଡ୍ରାଇଭରଙ୍କୁ ନିଲମ୍ବିନ କରାଯାଇଛି ।

ସୂଚନାଯୋଗ୍ୟ ଯେ, ଗୁରୁବାର ସକାଳ ସମୟରେ କଟକ ର୍ନିଗୁଣ୍ଡି ଷ୍ଟେସନ ଠାରେ ମୁମ୍ବାଇରୁ ଭୁବନେଶ୍ବର ଅଭିମୁଖେ ଆସୁଥିବା ଲୋକମାନ୍ୟ ତିଳକ ଏକ୍ସପ୍ରେସର ୮ଟି ବଗି ଲାଇନଚ୍ୟୁତ ହୋଇଯାଇଥିଲା।

ଏଥିରେ ୧୧ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଥିଲେ । ଆହତ ଯାତ୍ରୀଙ୍କୁ ଚିକିତ୍ସା ନିମନ୍ତେ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏଥିରେ କୌଣସି ଯାତ୍ରୀଙ୍କର ମୃତ୍ୟୁ ଘଟିନଥିବା ଜଣାପଡିଛି ।

Comments are closed.