Latest Odisha News

BREAKING NEWS

ଅନ୍ତିମ ଯାତ୍ରାରେ ଦେବେନ୍ଦ୍ର, ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟଦାର ସହ ପୁରୀ ସ୍ବର୍ଗଦ୍ବାରରେ ହେବ ଶେଷକୃତ୍ୟ

ପୁରୀ: ଆଜି ପଞ୍ଚଭୂତରେ ବିଲୀନ ହେବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ। ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟଦାର ସହ ପୁରୀ ସ୍ବର୍ଗଦ୍ବାରରେ ଦେବେନ୍ଦ୍ରଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ। ସକାଳୁ ଭୁବନେଶ୍ଵରରୁ ପୁରୀ ଅଭିମୁଖେ ତାଙ୍କର ପାର୍ଥିବ ଶରୀରକୁ ନିଆଯାଇଛି। ଶେଷଯାତ୍ରାରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସାମିଲ ହେବେ।

ଗତକାଲି ନୂଆଦିଲ୍ଲୀରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ୮୪ ବର୍ଷ ବୟସରେ ମୃତ୍ୟୁ ହୋଇଥିଲା। ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ଗତକିଛି ଦିନ ଧରି ଚିକିତ୍ସିତ ହେଉଥିଲେ। ସାନପୁଅ ଧର୍ମେନ୍ଦ୍ରଙ୍କ ସ୍ଥାନୀୟ ୧୯ କୁଶକ ଲେନ୍‌ସ୍ଥିତ ସରକାରୀ ବାସଭବନରେ ସକାଳ ୧୦ଟା ୦୪ରେ ତାଙ୍କର ପରଲୋକ ଘଟିଥିଲା।

ଖବର ପାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା, ବାଚସ୍ପତି ଓମ୍‌ ବିର୍ଲା, ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି. ନଡ୍ଡାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶେଷଦର୍ଶନ କରି ଦିବଙ୍ଗତଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ, ଶାସକ ଓ ବିରୋଧୀ ଦଳର ବହୁନେତାଗଣ ଗଭୀର ଶୋକପ୍ରକାଶ କରିଛନ୍ତି।

Comments are closed.