Latest Odisha News

ଶ୍ରୀମନ୍ଦିରକୁ ୪ ଦ୍ବାର ଦେଇ ପ୍ରବେଶ ଓ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ ଶ୍ରଦ୍ଧାଳୁ

ପୁରୀ: ଶ୍ରୀମନ୍ଦିରକୁ ୪ ଦ୍ବାର ଦେଇ ପ୍ରବେଶ କରିବା ଉପରେ ହଟିଲା କଟକଣା । ଏବେ ଆଉ ଦୀର୍ଘ ସମୟ ପର୍ଯ୍ୟନ୍ତ ବାହାରେ ‌ଅପେକ୍ଷା ନକରି ୪ ଦ୍ବାର ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିପାରିବେ ଶ୍ରଦ୍ଧାଳୁ । ଆଜି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ, ଶ୍ରଦ୍ଧାଳୁମାନେ ସମସ୍ତ ୪ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ, ହେଲେ କେବଳ ୩ଟି ଦ୍ୱାର ଦେଇ ପ୍ରସ୍ଥାନ କରିବେ । ସିଂହଦ୍ୱାର ବ୍ୟତୀତ ଅନ୍ୟ ୩ ଦ୍ୱାର ଦେଇ ଶ୍ରଦ୍ଧାଳୁମାନେ ପ୍ରସ୍ଥାନ କରିପାରିବେ । କେବଳ ସେବକ ଓ ତାଙ୍କ ପରିବାର ବର୍ଗ ସମସ୍ତ ଦ୍ୱାର ଦେଇ ପ୍ରବେଶ ଓ ପ୍ରସ୍ଥାନ କରିପାରିବେ ।

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ଭକ୍ତମାନଙ୍କର ପ୍ରବଳ ଭିଡ଼କୁ ଦୃଷ୍ଟିରେ ସରକାର ନିଷ୍ପତ୍ତି ପରିବର୍ତ୍ତନ କରିଥିଲେ । ୪ ଦ୍ବାର ବଦଳରେ ଭକ୍ତମାନଙ୍କୁ କେବଳ ସିଂହଦ୍ବାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବାର ବ୍ୟବସ୍ଥା ଥିଲା । ଆଜି କାର୍ତ୍ତିକ ମାସ ସରିବା ପରେ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ ।

ଅନ୍ୟପଟେ, ଶ୍ରୀମନ୍ଦିର ନାଟମଣ୍ଡପଠାରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା ଏବେ ବିଚାରାଧୀନ ଥିବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି । ପରବର୍ତ୍ତୀ ସମୟରେ ଏହା ଉପରେ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ ।

Leave A Reply

Your email address will not be published.