ଭଦ୍ରକ : ଆଜି ହେଉଛି ପବିତ୍ର କାଳୀପୂଜା । ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ସୋମବାର ଠାରୁ ଆରମ୍ଭ ହୋଇଛି କାଳୀପୂଜା । ଆଜି ପ୍ରଥମ ଦିନରେ ମା ସପ୍ତମାତୃକା ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେବାକୁ ଥିବା ବେଳେ ବେଦମାତା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ଗତ ୨ ବର୍ଷ ପରେ ଚଳିତ ବର୍ଷ ମା’ଙ୍କ ପୂଜାର୍ଚ୍ଚନା ଧୁମଧାମରେ ହେଉଛି । ପରମ ବୈଷ୍ଣବୀ ମା’ ଭଦ୍ରକାଳୀ ସଦା ସର୍ବଦା ବିଶ୍ଵମାତା ରୂପରେ ଭକ୍ତଙ୍କୁ ଦର୍ଶନ ଦିଅନ୍ତି। ହେଲେ ଜଗତ କଲ୍ୟାଣ ପାଇଁ କାଳୀପୂଜା ଠାରୁ ସାତ ଦିନ ଧରି ମା’ ସପ୍ତମାତୃକା ବେଶରେ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି । ତେବେ ସପ୍ତମାତୃକା ବେଶର ପ୍ରଥମ ଦିନରେ ମା ବେଦମାତା ବେଶରେ ଶ୍ରଦ୍ଧାଳୁ ମାନଙ୍କୁ ଦର୍ଶନ ଦେଉଛନ୍ତି । ଏହି ଅବସରରେ ମା ଙ୍କୁ ସ୍ଵତନ୍ତ୍ର ପୂଜାର୍ଚ୍ଚନା କରାଯିବା ସହ ଚଣ୍ଡିପାଠ ଅନୁଷ୍ଠିତ ହୋଇଛି । ମନ୍ଦିରରେ ମା’ଙ୍କ ଦର୍ଶନ ଲାଗି ଭକ୍ତମାନଙ୍କ ଭିଡ ଲାଗିବ । ବେଦମାତା ବେଶରେ ଭକ୍ତ ମାନେ ଦର୍ଶନ କଲେ ପରିବାରରେ ମଙ୍ଗଳ ହେବା ସହ ସମସ୍ତ ମନସ୍କାମନା ପୂରଣ ହୋଇଥାଏ ବୋଲି ବିଶ୍ବାସ ରହିଛି। ଆସନ୍ତାକାଲି ସପ୍ତମାତୃକା ବେଶର ଦ୍ଵିତୀୟ ଦିନରେ ମା’ ମହାକାଳୀ ବେଶରେ ପୂଜା ପାଇବେ।
BREAKING NEWS
- ପଞ୍ଚଭୂତରେ ଲୀନ ହେଲେ ପ୍ରଖ୍ୟାତ ଅଭିନେତା ନାନା ପାଟେକର
- ଦଶହରାରେ ଲଘୁଚାପ ଆଶଙ୍କା: ଘଡ଼ଘଡ଼ି ସହ ବର୍ଷା ଆଶଙ୍କା, ଆଜି ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ଛାତ୍ର ସଂସଦ ନିର୍ବାଚନ କାଉଣ୍ଟଡାଉନ, ଆଜି ଦାଖଲ ହେବ ପ୍ରାର୍ଥିପତ୍ର
- ଆମେରିକାରେ ବଡ଼ କାର୍ଯ୍ୟାନୁଷ୍ଠାନ: ଇନ୍ଫୋସିସ୍, ଟିସିଏସ୍ ଓ ୱିପ୍ରୋ ସହ ୮ଟି ପ୍ରମୁଖ ଆଇଟି କମ୍ପାନୀର ଗ୍ରୀନ୍ କାର୍ଡ ପ୍ରକ୍ରିୟା ନିଲମ୍ବିତ
- Satellite Internet Rules: ଏଲନ୍ ମସ୍କଙ୍କୁ ଭାରତ ସରକାରଙ୍କ ସିଧାସଳଖ ଜବାବ, “ନିୟମ ସମସ୍ତଙ୍କ ପାଇଁ ସମାନ”
- ଜଳିଗଲା ଆମ୍ବୁଲାନ୍ସ;ରୋଗୀ ମୃତ,୨ ଗୁରୁତର
- ଅଲବିଦା ନାନା ପାଟେକର; ୩୫ ଟଙ୍କାରୁ କୋଟି କୋଟି ଟଙ୍କା ଆୟ, ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ…
- ABADHA scheme:ଅବଢ଼ା ଯୋଜନା:ଅତିରିକ୍ତ ୧୦୧ କୋଟି ଟଙ୍କା ବ୍ୟୟବରାଦ
- ପୁଅ ଝିଅ ସହ ମିଶି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ !
- ୧୩୦ ଡେସିବେଲ୍ର ଚିତ୍କାର ! ଏହି ପକ୍ଷୀଙ୍କ ଆବାଜ୍ ଆଗରେ ଫିକା ପଡ଼ିଗଲେ ଅନ୍ୟ ସମସ୍ତ ଚଢ଼େଇ

Comments are closed.