Latest Odisha News

BREAKING NEWS

ପୁରୀ ବେଳାଭୂମି ବ୍ଲୁ ଫ୍ଲାଗ ମାନ୍ୟତା ପାଇଁ ମନୋନୀତ: କେନ୍ଦ୍ରକୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର: ପୁରୀ ବେଳାଭୂମିକୁ ବ୍ଲୁ ଫ୍ଲାଗ ମାନ୍ୟତା ପାଇବା ପାଇଁ ମନୋନୀତ କରିବା ନେଇ କେନ୍ଦ୍ରକୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ ଟୁଇଟ୍ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ପରିବେଶ ମନ୍ତ୍ରୀ ପ୍ରକାଶ ଜାଭେଡକରଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
ବ୍ଲୁ ଫ୍ଲାଗ ମାନ୍ୟତା ପାଇବା ପାଇଁ ଭାରତ ସରକାର ଅନ୍ତର୍ଜାତୀୟ ଜୁରୀ ଡେନମାର୍କକୁ ସୁପାରିସ କରିଥିବା ଦେଶର ୮ଟି ଭାରତୀୟ ବେଳାଭୂମି ମଧ୍ୟରେ ପୁରୀ ବେଳାଭୂମୀ ରହିଛି ।

ତେବେ ପୁରୀରେ ପର‌୍ୟ୍ୟଟକଙ୍କୁ ସୁବିଧା ଦେବା ଓ ସ୍ଥାୟୀ ପରିବେଶ ସୃଷ୍ଟି କରିବା ନେଇ ସିସକମ ବିଗତ ଅଢେଇ ବର୍ଷରେ ଖର୍ଚ୍ଚ କରିଛି ୮.୫ କୋଟିରୁ ଅଧିକ ଟଙ୍କା । ପୁରୀ ବେଳାଭୂମୀରେ ସ୍ୱଚ୍ଚତା, ସବୁଜିମା, ବସିବା ପାଇଁ ଛତ୍ରୀ, ବାର୍ଥିଂ ଜୋନ, ଅତ୍ୟାଧୁନିକ ଶୌଚାଳୟର ସୁବିଧା, ପାନୀୟ ଜଳ, ପାର୍କିଂ, ଓ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି ।

ସେହିପରି ପର୍ଯ୍ୟଟନ ମନୋରଞ୍ଜନ ସୁବିଧା ଗୁଡ଼ିକରେ ବାଉଁଶର ବ୍ୟାପକ ବ୍ୟବହାର, ବିଶୁଦ୍ଧ ପାନୀୟ ଜଳ, ୱାଚ୍ ଟାୱାରର ବ୍ୟବସ୍ଥା ସହ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ସିସି ଟିଭି, ଲାଇଫଗାର୍ଡ ଓ ସୁରକ୍ଷାକର୍ମୀଙ୍କୁ ମଧ୍ୟ ମୁତୟନ କରାଯାଇଛି । ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ସୌରଶକ୍ତିର ଉପଯୋଗ କରାଯିବା ସହ ଜୈବ ଆବର୍ଜନାର ବ୍ୟବହାର କରାଯାଉଛି । ବିଶ୍ୱସ୍ତରୀୟ ସୁବିଧା ହେବା ଦ୍ୱାରା ପୁରୀରେ ପର୍ଯ୍ୟଟନ କ୍ଷେତ୍ରରେ ବୃଦ୍ଧି ହେବା ସହ ବିଦେଶୀ ପର୍ଯ୍ୟଟକଙ୍କୁ ଆହୁରି ଅଧିକ ଆକୃଷ୍ଟ କରିପାରିବ ବୋଲି କେନ୍ଦ୍ର ମନ୍ତ୍ରୀ ଟୁଇଟ କରିଛନ୍ତି ।

Leave A Reply

Your email address will not be published.