Latest Odisha News

BREAKING NEWS

ମୋଦୀଙ୍କ ମନ୍ତ୍ରୀମଣ୍ଡଳରେ ଓଡ଼ିଶାର ପ୍ରତାପ ଷଡ଼ଙ୍ଗୀ ଓ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଗୁରୁବାର ସନ୍ଧ୍ୟାରେ ନରେନ୍ଦ୍ର ମୋଦୀଙ୍କ ସମେତ ତାଙ୍କର ନୂତନ ମନ୍ତ୍ରୀମଣ୍ଡଳର ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ମୋଦୀଙ୍କ ନୂତନ ମନ୍ତ୍ରୀମଣ୍ଡଳରେ ଓଡ଼ିଶାରୁ ଦୁଇଜଣ ବରିଷ୍ଠ ବିଜେପି ନେତା ପ୍ରତାପ ଷଡ଼ଙ୍ଗୀ ଓ ଧର୍ମେନ୍ଦ୍ର ପ୍ରଧାନ ଶପଥ ଗ୍ରହଣ କରିଛନ୍ତି ।

ବାଲେଶ୍ୱର ଲୋକସଭା ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଓ ରାଜ୍ୟସଭା ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମୋଦୀ ତାଙ୍କ ନୂଆ ମନ୍ତ୍ରୀମଣ୍ଡଳରେ ସ୍ଥାନ ଦେଇଛନ୍ତି । ଧର୍ମେନ୍ଦ୍ର କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଥିବା ବେଳେ ପ୍ରତାପଙ୍କୁ ମିଳିଛି ରାଷ୍ଟ୍ରମନ୍ତ୍ରୀ ପଦ ।

ତେବେ ପୂର୍ବରୁ ମୋଦୀଙ୍କ ମନ୍ତ୍ରୀମଣ୍ଡଳରେ ଥିବା ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ ଏଥର ବାଦ ପଡ଼ିଛନ୍ତି ।

Leave A Reply

Your email address will not be published.