Latest Odisha News

BREAKING NEWS

TTPSର ତୃତୀୟ ପର୍ଯ୍ୟାୟ ସଂପ୍ରସାରଣକୁ ତ୍ୱରାନ୍ୱିତ କରିବାକୁ ଧର୍ମେନ୍ଦ୍ରଙ୍କ ଚିଠି

ଭୁବନେଶ୍ବର : ତାଳଚେର ତାପଜ ବିଦ୍ୟୁତ କେନ୍ଦ୍ର ବା ଟିଟିପିଏସ୍‌ର ତୃତୀୟ ପର୍ଯ୍ୟାୟ ସଂପ୍ରସାରଣକୁ ତ୍ୱରାନ୍ୱିତ କରାଯିବ । ଭବିଷ୍ୟତରେ ଏହି ପ୍ରକଳ୍ପ ବନ୍ଦ ହେବ ନାହିଁ ବୋଲି କେନ୍ଦ୍ର ଶକ୍ତି ରାଷ୍ଟ୍ରମନ୍ତ୍ରୀ ଆର୍‌.କେ ସିଂହ ପ୍ରତିଶ୍ରୁତି ଦେଇଛନ୍ତି । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ର ଶକ୍ତି ରାଷ୍ଟ୍ରମନ୍ତ୍ରୀଙ୍କ ଏହି ପ୍ରତିଶ୍ରୁତି ପରେ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି ଧର୍ମେନ୍ଦ୍ର ।

ସେହିପରି ତାଳଚେରରେ ଆଉ ଏକ ନୂଆ ତାପଜ ବିଦ୍ୟୁତ୍ କେନ୍ଦ୍ର ପ୍ରତିଷ୍ଠା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ତେବେ ଓଡ଼ିଶା ସରକାର ଆବଶ୍ୟକୀୟ ସହଯୋଗ ଯୋଗାଇଦେଲେ, ନୂଆ ତାପଜ ବିଦ୍ୟୁତ କେନ୍ଦ୍ର ପ୍ରତିଷ୍ଠା କରାଯିବ ବୋଲି କେନ୍ଦ୍ର ଶକ୍ତି ରାଷ୍ଟ୍ରମନ୍ତ୍ରୀ ଆର୍‌.କେ ସିଂହ ପ୍ରତିଶ୍ରୁତି ଦେଇଛନ୍ତି । ଏଥିସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବୋଦୟ କଳ୍ପନାରେ ଏହି ବିକାଶ ହେବ ବୋଲି ଟ୍ବିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

Leave A Reply

Your email address will not be published.