ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଚଳିତ ବର୍ଷର ସାଧାରଣ ବଜେଟ୍ ଉପସ୍ଥାପନ କରିଛନ୍ତି । ତେବେ ଏହି ବଜେଟକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ପ୍ରତିକ୍ରିୟା ରଖିଛନ୍ତି । ନିର୍ମଳା ସୀତାରମଣଙ୍କ ବଜେଟକୁ ସ୍ୱାଗତ ଜଣାଇଛନ୍ତି । ସେ କହିଛନ୍ତି, “ଅର୍ଥମନ୍ତ୍ରୀଙ୍କ ଦ୍ୱାରା ଆଗତ ହୋଇଥିବା ଚଳିତ ବର୍ଷର ସାଧାରଣ ବଜେଟ୍ ଦ୍ୱାରା ଆମ ଦେଶର କୃଷକ, ମହିଳା, ଯୁବକ, ଜନଜାତି, ଦଳିତ ଓ ପଛୁଆ ବର୍ଗର ଲୋକମାନେ ଅଧିକ ଲାଭାନ୍ୱିତ ହେବେ ।”
ସେ ଆହୁରି ମଧ୍ୟ କହିଛନ୍ତି କି, “ଓଡିଶା ଭଳି ରାଜ୍ୟରେ ଜନଜାତି, ଦଳିତ ଓ ପଛୁଆ ବର୍ଗର ଲୋକମାନଙ୍କ ସଂଖ୍ୟା ଅଧିକ । ସେଥିପାଇଁ ଓଡିଶା ଭଳି ରାଜ୍ୟ ସବୁଠାରୁ ବେଶୀ ଲାଭ ପାଇବେ । ଓଡିଶାରେ ବ୍ଲୁ ଇକୋନୋମି ମାଧ୍ୟମରେ ମାଛ ଉତ୍ପାଦନକୁ ଦୁଇଗୁଣ କରାଯିବ । ଯୁବକମାନଙ୍କ ପାଇଁ ‘ସାଗର ମିତ୍ର’ ଭଳି କାର୍ଯ୍ୟକ୍ରମ ଅଣାଯାଇଛି । ଯଦ୍ୱାରା ସେମାନେ ମେରାଇନ୍ ବ୍ୟବସାୟରେ ଭାଗିଦାରୀ ବଢ଼ାଇପାରିବେ ।”
କେନ୍ଦ୍ରମନ୍ତ୍ରୀ ଚଳିତ ବର୍ଷର ବଜେଟକୁ ଯୁଗାନ୍ତକାରୀ କହିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ କୃତଜ୍ଞତା ଜଣାଇଛନ୍ତି ।
BREAKING NEWS
- ଭୂକମ୍ପରେ ଥରିଲା ଓଡ଼ିଶା; ଏହି ସ୍ଥାନରେ ୩.୯ ତୀବ୍ରତାର ଝଟକା…
- ସର୍ଭେ ରିପୋର୍ଟ : ୭୦% ରୁ ଅଧିକ ୟୁକ୍ରେନବାସୀ ଦୁର୍ନୀତି ପାଇଁ ଜେଲେନସ୍କିଙ୍କୁ ଦାୟୀ ମନେକରୁଛନ୍ତି
- ଇରାନ-ଆମେରିକା ସଂଘର୍ଷ: ଭୟ ଆଉ ଚିନ୍ତା ଭିତରେ ଇରାନରେ ଖୋଲିଲା ସ୍କୁଲ୍
- ବସରୁ ଖସି ପଡ଼ିଲେ ରୋହିତ ଶର୍ମା; ଚିନ୍ତାରେ ଫ୍ୟାନ୍ସ
- ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
- ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି

Comments are closed.