ଭୁବନେଶ୍ବର: ବାଲେଶ୍ବର ଛାତ୍ରୀ ଆତ୍ମାହୁତୀ ଘଟଣାରେ ପ୍ରତିକ୍ରିୟା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ କହିଛନ୍ତି ପୀଡିତା ଏବେ କ୍ରିଟିକାଲ କେୟାର ସେଣ୍ଟରରେ ଅଛନ୍ତି । ପୀଡ଼ିତା ପରିବାରକୁ ଭେଟି ସମବେଦନା ଦେଲି । ଡାକ୍ତରଙ୍କ ସହ ଆଲୋଚନା କଲି । ସେ ଶୀଘ୍ର ସୁସ୍ଥ ହୋଇଯାଆନ୍ତୁ । ଏହା ହିଁ ଆମ କାମନା ।
ରାଜ୍ୟ ସରକାର ସଠିକ ପଦକ୍ଷେପ ନେଇଛନ୍ତି । ଏହା ଏକ ଅତି ଦୁର୍ଭାଗ୍ୟଜନକ ଘଟଣା, ଯେତେ ନିନ୍ଦା କଲେ ବି କମ୍ ହେବ । ଶିକ୍ଷକ-ଶିକ୍ଷାର୍ଥୀ ସମ୍ପର୍କରେ ଅବମୂଲ୍ୟାୟନ ହୋଇଛି, ସାମ୍ନା କରିବାକୁ ପଡ଼ିବ । ଆଗକୁ ରାଜ୍ୟ ସରକାର ଆଇନ ଅନୁସାରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେବେ । ରାଜନୀତି କରିବାର ବେଳ ନୁହେଁ, ଉତ୍ତମ ଚିକିତ୍ସା ଯୋଗାଇବା ଆମର ପ୍ରାଥମିକତା ।
ଏହା ସହିତ ୨ରୁ ୩ଟି ଘଟଣା ଯୋଡ଼ି ହୋଇ ରହିଛି ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ କହିଛନ୍ତି । ପ୍ରଶାସନିକ ପକ୍ଷ, ଆଇନ ପକ୍ଷ ଓ ମୁଁ ଯେହେତୁ କେନ୍ଦ୍ର ଶିକ୍ଷା ବିଭାଗ ଦାୟିତ୍ବରେ ଅଛି, ମୁଁ ମଧ୍ୟ ନିଜକୁ ଗୋଟେ ପକ୍ଷଭୁକ୍ତ କରୁଛି ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ।
ସେପଟେ ଛାତ୍ରୀଙ୍କ ଶରୀରର ୯୫ ପ୍ରତିଶତ ପୋଡିଯାଇଥିବାରୁ ତାଙ୍କୁ ଏମ୍ସରେ ସ୍ୱତନ୍ତ୍ର ଡାକ୍ତରୀ ଦଳ ଚିକିତ୍ସା ଜାରି ରଖିଛନ୍ତି । ତାଙ୍କ ଅବସ୍ଥା ଏବେ ବି ସଙ୍କଟାପନ୍ନ ଥିବା ସୂଚନା ମିଳିଛି । ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସର ବିଶେଷଜ୍ଞଙ୍କ ମତାମତ ଲୋଡାଯାଇଛି । କିଡନୀ କାମ କରୁନଥିବାରୁ ପରିସ୍ରା ହେଉନି । ୯୮ ପ୍ରତିଶତ ଅକ୍ସିଜେନ୍ ସପୋର୍ଟରେ ଅଛନ୍ତି ପୀଡିତା ।
Comments are closed.