Latest Odisha News

BREAKING NEWS

ରାଜ୍ୟର ସୀମା ବିବାଦ ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

ଭୁବନେଶ୍ୱର: ସୀମା ବିବାଦ ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସର୍ବଦଳୀୟ ବୈଠକ ଡାକିବାକୁ ସେ ଚିଠିରେ ଉଲ୍ଲେଖ କରିଛନ୍ତି । ଏହାସହ ଗୃହ କମିଟି ଗଠନ ସହ ଆପୋଷ ବୁଝାମଣାରେ ସୀମା ବିବାଦର ସମାଧାନ ପାଇଁ ପ୍ରସ୍ତାବ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
କେନ୍ଦ୍ରମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି, ସର୍ବଦଳୀୟ ବୈଠକରେ ଓଡ଼ିଶା ଗୁଇନ୍ଦା ବିଭାଗର ତଥ୍ୟ ସହ ସମାଜର ବ୍ୟକ୍ତିବିଶେଷଙ୍କ କଥାକୁ ଗୁରୁତ୍ୱର ସହ ନିଆଯାଉ । ସଂଘୀୟ ବ୍ୟବସ୍ଥାରେ ଆପୋଷ ଆଲୋଚନାରେ ମୁଖ୍ୟ ଭୂମିକା ଗ୍ରହଣ କରୁ ଓଡ଼ିଶା ।

ଆବଶ୍ୟକ ପଡିଲେ ଆଇନଗତ ପଦକ୍ଷେପ ନେବା ପାଇଁ ବିଚାର କରାଯାଉ । ଓଡ଼ିଶାରେ ଲୋକଙ୍କ ସାମାଜିକ, ଆର୍ଥିକ ସ୍ୱାର୍ଥ ସହ ସାଲିସ କରାନଯାଉ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

ଓଡ଼ିଶା ସହ ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ, ଛତିଶଗଡ, ଝାଡଖଣ୍ଡର ସୀମା ବିବାଦ ଲାଗି ରହିଛି । କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ସୀମାରେ ପୁମି ଥରେ ଉତ୍ତେଜନା ଦେଖାଦେଇଥିବା କଥା ଚିଠିରେ ଉଲ୍ଲେଖ ବି କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୀମା ବିବାଦ ଦ୍ୱାରା ସେସବୁ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ଉପରେ ପ୍ରଭାବ ପଡୁଛି ।

Leave A Reply

Your email address will not be published.