Latest Odisha News

BREAKING NEWS

କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେବାପରେ ମହାପ୍ରଭୁ ଜଗନ୍ନାଥଙ୍କ ପୂଜର୍ଚ୍ଚନା କଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ: ମୋଦି ସରକାରର ତୃତୀୟ ପାଳିରେ ପୁଣିଥରେ କେନ୍ଦ୍ର କ୍ୟାବିନେଟରେ ସ୍ଥାନ ପାଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଗତକାଲି କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଲାପରେ ଆଜି ନୂଆଦିଲ୍ଲୀ ହଜଖାସ ଜଗନ୍ନାଥ ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଧର୍ମେନ୍ଦ୍ରଙ୍କ ସହ ତାଙ୍କ ପତ୍ନୀ ମୃଦୁଳା ଠାକୁର ପ୍ରଧାନ ଓ ପ୍ରସନ୍ନ ପାଟ୍ଟଶାଣୀ ମଧ୍ୟ ମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନ କରି ମହାପ୍ରଭୁଙ୍କ ଆଶୀର୍ବାଦ ନେଇଛନ୍ତି ।

ଜଗନ୍ନାଥଙ୍କ ଦର୍ଶନ ସାରି ଧର୍ମେନ୍ଦ୍ର ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସେ କହିଛନ୍ତି, ମତେ ଯୋଗ୍ୟ ବିବେଚିତ କରି ମୋ ଉପରେ ପୁଣି ଥରେ ଭରଷା କରି ମନ୍ତ୍ରୀମଣ୍ଡଳରେ ସାମିଲ କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ । ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ମା’ ସମଲେଇଙ୍କ ଆଶୀର୍ବାଦ କାରଣରୁ ଏହା ସମ୍ଭବପର ହୋଇପାରିଛି । ଓଡ଼ିଶାର ଦ୍ରୁତ ପ୍ରଗତି ଓ ଭାରତର ବିକାଶକୁ ଦ୍ରୁତ ବେଗରେ ଆଗକୁ ବଢାଇବା ଦେଶବାସୀ ପ୍ରଧାନମନ୍ତ୍ରୀଙ୍କୁ ଭରସିଛନ୍ତି ।

 

୨୦୨୪ ସାଧାରଣ ନିର୍ବାଚନରେ ସମ୍ବଲପୁର ଲୋକସଭା ଆସନରୁ ବିଜେଡ଼ି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କୁ ହରାଇ ବିପୁଳ ପରିମାଣରେ ଭୋଟ୍ ପାଇ ବିଜୟୀ ହୋଇଛନ୍ତି ଧର୍ମେନ୍ଦ୍ର ।

Leave A Reply

Your email address will not be published.