Latest Odisha News

BREAKING NEWS

Sambalpur–Kataka NH‑55:ଏନ୍‌ଏଚ୍-୫୫ ରାସ୍ତାର ତୁରନ୍ତ ମରାମତି ପାଇଁ ମନ୍ତ୍ରୀ ଗଡ଼କରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ଓଡ଼ିଶାର ପ୍ରମୁଖ ପରିବହନ ଓ ଲଜିଷ୍ଟିକ୍ସ କରିଡର ଭାବେ ପରିଚିତ ୫୫ ନମ୍ବର ଜାତୀୟ ରାଜପଥର ଶୋଚନୀୟ ଅବସ୍ଥା ରହିଛି । ଏନେଇ ଚିନ୍ତାପ୍ରକଟ କରିଛନ୍ତି ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏହି ଗୁରୁତ୍ୱପୂର୍ଣ୍ଣ ରାଜପଥର ତୁରନ୍ତ ରକ୍ଷଣାବେକ୍ଷଣ ବା ମରାମତି ସହ ଖାଲଢିପ ସମସ୍ୟାର ସମାଧାନ ପାଇଁ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଏକ ପତ୍ର ଲେଖି ବ୍ୟକ୍ତିଗତ ହସ୍ତକ୍ଷେପ ପାଇଁ ଅନୁରୋଧ କରିଛନ୍ତି ।

ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଚିଠିରେ ଦର୍ଶାଇଛନ୍ତି ଯେ; ସମ୍ବଲପୁର, ଅନୁଗୋଳ ଓ କଟକକୁ ଯୋଡ଼ୁଥିବା ଏନଏଚ୍- ୫୫ ହେଉଛି ରାଜ୍ୟର ଅନ୍ୟତମ ମୁଖ୍ୟ ଜୀବନରେଖା । ମାତ୍ର ଲଗାଣ ବର୍ଷା ଓ ଅତ୍ୟାଧିକ ଗାଡ଼ିର ଯାତାୟତ ଯୋଗୁଁ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଖାଲ ସୃଷ୍ଟି ହେଉଛି ଓ କିଛି ଜାଗାରେ ରାସ୍ତା ନଷ୍ଟ ହୋଇଯାଇଛି । ଏହାଫଳରେ ଯାତ୍ରୀ ଓ ପଣ୍ୟବାହୀ ଯାନବାହନ ଚଳାଚଳରେ ଗୁରୁତର ସମସ୍ୟା ସୃଷ୍ଟି ହେଉଛି । ଫଳରେ ସ୍ଥାନୀୟ ଜନସାଧାରଣ ଓ ନିୟମିତ ଯାତାୟତ କରୁଥିବା ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ବ୍ୟକ୍ତିଗତ ସ୍ତରରେ ଏହି ସମ୍ବେଦନଶୀଳ ବିଷୟକୁ ଗୁରୁତ୍ୱ ଦେଇ ସମ୍ବଲପୁରରୁ କଟକ ମଧ୍ୟରେ ଥିବା ରାସ୍ତାର ତୁରନ୍ତ ମରାମତି ଏବଂ ଖାଲ ସମସ୍ୟାର ସମାଧାନ ପାଇଁ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେବାକୁ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ରମନ୍ତ୍ରୀ ଗଡ଼କରୀଙ୍କୁ ଅନୁରୋଧ କରିଛନ୍ତି ।

Leave A Reply

Your email address will not be published.