Latest Odisha News

ଭୁବନେଶ୍ୱରରୁ ଦୁବାଇ ସିଧାସଳଖ ବିମାନ ସେବା ପାଇଁ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

ଦିଲ୍ଲୀ : ଭୁବନେଶ୍ୱରରୁ ସିଧାସଳଖ ଦୁବାଇ ବିମାନ ସେବା ଆରମ୍ଭ କରିବା ପାଇଁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭୁବନେଶ୍ୱରରୁ ଦୁବାଇ ସିଧାସଳଖ ବିମାନ ଉଡାଣ ଲୋକମାନଙ୍କ ଦୀର୍ଘ ଦିନର ଦାବି । ଦୁଇ ସହର ମଧ୍ୟରେ ସିଧାସଳଖ ବିମାନସେବା ଆରମ୍ଭ ହେଲେ ଓଡିଆ ଲୋକଙ୍କ ପାଇଁ ଅନ୍ତରାଷ୍ଟ୍ରୀୟ ଯାତାୟତର ବାଟ ଫିଟିବ ।

ୟୁଏଇ ରେ ବିଭିନ୍ନ ଅଞ୍ଚଳର ପ୍ରାୟ ୧୦ ହଜାରରୁ ଊର୍ଦ୍ଧ୍ୱ ଓଡିଆ ବସବାସ କରୁଛନ୍ତି । ବିଶ୍ୱର କୋଣ ଅନୁକୋଣରେ ରହୁଥିବା ଓଡିଆ ଲୋକଙ୍କ ନିଜ ରାଜ୍ୟକୁ ଆସିବାର ଯୋଗାଯୋଗ ସୁଗମ ହେବ ବୋଲି ଧର୍ମେନ୍ଦ୍ର କହିଛନ୍ତି । ଅନ୍ତରାଷ୍ଟ୍ରୀୟ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେବ ।  କେନ୍ଦ୍ର ରାଜଧାନୀ ଭୁବନେଶ୍ୱର ସହ ସିଧାସିଧା ଅନ୍ତରାଷ୍ଟ୍ରୀୟ ବିମାନ ଯୋଗାଯୋଗ ପୂର୍ବ ଭାରତର ବିକାଶର ସମ୍ଭାବନାକୁ ଆହୁରି ଶକ୍ତିଶାଳୀ କରିବ ।

ବିମାନ ଚଳାଚଳ ହେବା ଦ୍ୱାରା କଳାତ୍ମକ, ହସ୍ତତନ୍ତ ଓ କୃଷି ଆଧାରିତ ସାମଗ୍ରୀ ବ୍ୟବସାୟ ଦ୍ୱାରା ରାଜ୍ୟର ଅର୍ଥନୀତି ଗତିଶୀଳ ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି। ୟୁଏଇ ଓଡିଆ ସମାଜ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭୁବନେଶ୍ୱରରୁ ଦୁବାଇ ପର୍ୟ୍ୟନ୍ତ ସିଧାସଳଖ ବିମାନସେବା ଆରମ୍ଭ କରିବା ପାଇଁ ପତ୍ର ଲେଖାଯାଇଥିଲା । ଏହି ପତ୍ର ଆଧାରରେ ଧର୍ମେନ୍ଦ୍ର ପ୍ରଧାନ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଚିଠି ଲେଖିଛନ୍ତି ।

Leave A Reply

Your email address will not be published.