Latest Odisha News

BREAKING NEWS

ନାଲକୋ ପ୍ଲାଣ୍ଟର ଉତ୍ପାଦନ କ୍ଷମତା ବାର୍ଷିକ ୧ ମିଲିୟନ ଟନ୍ ବୃଦ୍ଧି ହେଉ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଅନୁଗୁଳ ଜିଲ୍ଲା ସ୍ଥିତ ନ୍ୟାସନାଲ ଆଲୁମିନିୟମ କମ୍ପାନି (ନାଲକୋ)ର ଆଲୁମିନିୟମ ଉତ୍ପାଦନ କ୍ଷମତା ବାର୍ଷିକ ୧ ମିଲିୟନ ଟନ୍ ବୃଦ୍ଧି କରାଯାଉ ବୋଲି ପ୍ରକାଶ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ସୂଚନା ଅନୁଯାୟୀ କେନ୍ଦ୍ର ଖଣି, କୋଇଲା ଓ ସଂସଦ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କ ସହ ଆଲୋଚନା କରିବା ପରେ ଏସମ୍ବନ୍ଧରେ ତାଙ୍କୁ ପତ୍ର ଲେଖି ପ୍ରସ୍ତାବ ଦେଇଛନ୍ତି ଧର୍ମେନ୍ଦ୍ର।

ସେହିପରି ଅନୁଗୁଳ ଜିଲ୍ଲାର ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ପାଇଁ ଫିଡର କ୍ୟାପଟିଭ୍ ପାୱାର ପ୍ଲାଣ୍ଟ (ସିପିପି) ଆରମ୍ଭ କରିବାକୁ ମଧ୍ୟ ଶ୍ରୀ ପ୍ରଧାନ ପ୍ରସ୍ତାବ ଦେଇଛନ୍ତି ।

ନାଲକୋ ଏହାର ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ ମିଲିୟନ ଟନରୁ ୧ ମିଲିୟନ ଟନ୍ ବୃଦ୍ଧି କରିବା ପାଇଁ ଅନୁଗୁଳ ଜିଲ୍ଲାରେ ଏକ ଆଲୁମିନିୟମ ସ୍ମେଲଟର ପ୍ଲାଣ୍ଟ ପାଇଁ ଏକ ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ଆରମ୍ଭ କରୁଛି ।

ଏହି ପ୍ରକଳ୍ପରେ ୧୪୦୦ ମେଗାୱାଟ ଫିଡର କ୍ୟାପଟିଭ୍ ପାୱାର ପ୍ଲାଣ୍ଟ ନିର୍ମାଣ ଅନ୍ତର୍ଭୁକ୍ତ ରହିଛି । ଏହି ପ୍ରକଳ୍ପର ଆନୁମାନିକ ମୂଲ୍ୟ ୨୨ ହଜାର କୋଟି ଥିବା ବେଳେ ଏହା ବର୍ତମାନ ଜମି ଅଧିଗ୍ରହଣ ପର୍ଯ୍ୟାୟରେ ରହିଛି ।

ଶ୍ରୀ ପ୍ରଧାନ ଆହୁରି ମଧ୍ୟ ଉଲ୍ଲେଖ କରିଛନ୍ତି ଯେ ପଟ୍ଟାଙ୍ଗୀ ଖଣି କାର୍ଯ୍ୟକ୍ଷମ ହେବା ପରେ ନାଲକୋର ବକ୍ସାଇଟ୍ ଉତ୍ପାଦନ କ୍ଷମତା ବାର୍ଷିକ ୭.୩ ମିଲିୟନ ଟନରୁ ବାର୍ଷିକ କ୍ଷମତା ୧୦.୫ ମିଲିୟନ ଟନକୁ ବୃଦ୍ଧି ପାଇବ ।

ଏହାମଧ୍ୟରୁ ଆଲୁମିନାର ବାର୍ଷିକ କ୍ଷମତା ୩.୧ ମିଲିୟନ ଟନ ଧାରଣ କରିଥିବା ବେଳେ ଏହି ଆଲୁମିନାରୁ ବାର୍ଷିକ ୧.୫ ମିଲିୟନ ଟନ୍ ଆଲୁମିନିୟମ ଉତ୍ପାଦନ ହେବାର ସମ୍ଭାବନା ରହିଛି ।

ସୂଚନାଯୋଗ୍ୟ ଯେ ଆଲୁମିନିୟମ ତରଳିବା ଏକ ଅତ୍ୟଧିକ ଶକ୍ତି ନିବାରଣ ପ୍ରକ୍ରିୟା ଏବଂ ଏହି ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପର ସମ୍ଭାବ୍ୟ ୧୪୦୦ ମେଗାୱାଟ ଫିଡର ସିପିପିରେ ନିରନ୍ତର କୋଇଲା ଯୋଗାଣ ଉପରେ ନିର୍ଭରଶୀଳ ।

Leave A Reply

Your email address will not be published.