Latest Odisha News

BREAKING NEWS

ଅନୁଗୁଳ ଆଲୁମିନିୟମ ପାର୍କ ପ୍ରକଳ୍ପକୁ ପୁନଃ ଚାଲୁ କରିବା ପାଇଁ ପିୟୂଷ ଗୋଏଲଙ୍କୁ ଧର୍ମେନ୍ଦ୍ରଙ୍କ ପତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର: ଅନୁଗୋଳ ଆଲୁମିନିୟମ୍ ପାର୍କ ପ୍ରକଳ୍ପ ପୁନଃ କାର୍ଯ୍ୟକ୍ଷମ ପାଇଁ କେନ୍ଦ୍ର ଶିଳ୍ପ ମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଶିଳ୍ପ ମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ଚିଠି ଲେଖି ଅନୁଗୋଳ ଆଲୁମିନିୟମ ପାର୍କର ପୁନଃରୁଦ୍ଧାର ପାଇଁ ଅନୁରୋଧ କରିଛନ୍ତି ।

ଧର୍ମେନ୍ଦ୍ର ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଶିଳ୍ପ ଉନ୍ନୟନ ବିଭାଗ ଏବଂ ଅନ୍ତ ବାଣିଜ୍ୟ(ଡିପିଆଇଆଇଟି) ପକ୍ଷରୁ ସୂଚନା ଦିଆଯାଇଛି ଯେ ସଂଶୋଧିତ ଭିତିଭୂମି ଉନ୍ନୟନ ଯୋଜନା(ଏମଆଇଆଇୟୁଏସ) ଅଧୀନରେ ୧୮.୦୮.୨୦୧୫ ତାରିଖରେ ଏହି ପ୍ରକଳ୍ପ ଲାଗି ମୋଟ ୯୯.୬୦ କୋଟି ଟଙ୍କା ବ୍ୟୟ କରାଯିବାକୁ ଆକଳନ କରାଯାଇଥିଲା ଏବଂ ଏଥିପାଇଁ ୩୩.୪୪ କୋଟି ଟଙ୍କାର କେନ୍ଦ୍ରୀୟ ସହାୟତା ମଧ୍ୟ ଯୋଗାଇ ଦିଆଯାଇଥିଲା ।

ଏହି ପ୍ରକଳ୍ପ ପାଇଁ କାର୍ଯ୍ୟକାରୀ ଏଜେନ୍ସି (ଆଇଏ)ର ଗଠନ ଅନୁଗୁଳ ପାର୍କ ପ୍ରାଇଭେଟ ଲିମିଟେଡ୍(ଏଏପିପିଏଲ) କରାଗଲା । ଏହି ପ୍ରକଳ୍ପ ବିଶେଷ ରୂପେ ଅଗ୍ରଗତି ହୋଇପାରିନଥିବା କାରଣରୁ ଗତ ୦୧.୦୧.୨୦୧୮ରେ ଅନୁଷ୍ଠିତ ସର୍ବୋଚ୍ଚ କମିଟି ବୈଠକରେ ଏହି ପ୍ରକଳ୍ପକୁ ବନ୍ଦ କରିବା ଲାଗି ନିଷ୍ପତି ନିଆଗଲା ଏବଂ କାର୍ଯ୍ୟକାରୀ ସଂସ୍ଥା ଏଏପିପିଏଲକୁ ଏ ବାବଦରେ ମିଳିଥିବା କେନ୍ଦ୍ରୀୟ ସହାୟତା ଫେରାଇ ଦେବା ପାଇଁ ନିର୍ଦ୍ଦେଶ ଦିଆଗଲା ବୋଲି ଧର୍ମେନ୍ଦ୍ର ପତ୍ରରେ ଉଲ୍ଲେଖ କରିଛନ୍ତି ।

ଆହୁରି ମଧ୍ୟ ସେ ଏହି ପତ୍ରରେ ଉଲ୍ଲେଖ କରିଛନ୍ତି ଯେ,, ଭାରତ ସରକାର ଓଡିଶାର ଖଣିଜ କ୍ଷେତ୍ରର ବିକାଶ ତଥା ରାଜ୍ୟ ଅର୍ଥନୀତିର ବିକାଶ ପାଇଁ ପ୍ରତିଶ୍ରୁତିବଦ୍ଧ । ତେଣୁ ଏହି ମାମଲାରେ ଆପଣଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିବା ସହ ଆପଣ ମନ୍ତ୍ରାଳୟର ଅଧିକାରୀଙ୍କୁ ପ୍ରକଳ୍ପର ସମୀକ୍ଷା କରିବା ସହ ଅନୁଗୁଳ ଆଲୁମିନିୟମ ପାର୍କ ଠାରେ ପ୍ରସ୍ତାବିତ ଭିତିଭୂମି ଉନ୍ନୟନ ପ୍ରକଳ୍ପକୁ ପୁନର୍ବାର ଚାଲୁ କରାଇବା ପାଇଁ ହସ୍ତକ୍ଷେପ ଆବଶ୍ୟକ ।

ଏହାବ୍ୟତିତ ଏମଆଇଆଇୟୁଏସ ଅଧୀନରେ ଓଡିଶାରେ ଆଲୁମିନିୟମ କ୍ଲଷ୍ଟର ପାଇଁ ଆସିଥିବା କେନ୍ଦ୍ରୀୟ ସହାୟତାକୁ ନଫେରାଇ ନେବା ପାଇଁ ଧର୍ମେନ୍ଦ୍ର ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି

Leave A Reply

Your email address will not be published.