Latest Odisha News

ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ପାଇଁ ଧର୍ମେନ୍ଦ୍ରଙ୍କ ଅନୁରୋଧ

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶାଙ୍କଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ଚିଠିରେ ଉଲ୍ଲେଖ କରିଛନ୍ତି ଯେ ଓଡ଼ିଶାରେ ଏବଂ ବିଶେଷ ଭାବରେ ଭୁବନେଶ୍ୱର ନିକଟରେ ଦ୍ୱିତୀୟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହେବାର ଆବଶ୍ୟକତା ରହିଛି।

ବିହାରରେ ୪ଟି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ରହିଛି ଏବଂ ଆନ୍ଧ୍ରପ୍ରଦେଶରେ ୩ଟି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ରହିଛି । ମାତ୍ର ଅପରପକ୍ଷରେ ଓଡ଼ିଶାରେ କେବଳ କୋରାପୁଟ ଠାରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ରହିଛି ଏବଂ ଏହା ଦ୍ୱାରା କେବଳ
ଦକ୍ଷିଣ ଓଡ଼ିଶାର ଛାତ୍ରଛାତ୍ରୀମାନେ ଲାଭ ପାଉଛନ୍ତି ବୋଲି ସେ ପ୍ରକାଶ କରିଛନ୍ତି ।

ଶ୍ରୀ ପ୍ରଧାନ ଚିଠିରେ କହିଛନ୍ତି ଭୁବନେଶ୍ୱର ଆଗାମୀ ଦିନରେ ପୂର୍ବ ଭାରତର ଅର୍ଥନୀତି ଓ ଶିକ୍ଷା କ୍ଷେତ୍ରର ପେଣ୍ଠସ୍ଥଳି ହେବ। ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ପାଇଲେ ଉପକୂଳ ଏବଂ ପୂର୍ବ ଓଡ଼ିଶାର ଛାତ୍ରଛାତ୍ରୀମାନେ ଉପକୃତ ହେବା ସହ ଏହି ଅଂଚଳରେ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ।

Leave A Reply

Your email address will not be published.