Latest Odisha News

BREAKING NEWS

ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ଘଟଣା: ଡାକ୍ତରଖାନା ବିରୁଦ୍ଧରେ ଏତଲା ଦେଲେ ଦିଲ୍ଲୀପଙ୍କ ମା’

ଭୁବନେଶ୍ବର: ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ଘଟଣା । ଦିଲ୍ଲୀପଙ୍କ ମୃତ୍ୟୁ ପରେ ହସ୍ପିଟାଲ ପରିସରରେ ଦେଖାଦେଇଛି ପ୍ରବଳ ଉତ୍ତେଜନା । ଦିଲ୍ଲୀପଙ୍କୁ ହସ୍ପିଟାଲ କର୍ତ୍ତୃପକ୍ଷ ଜାଣିଶୁଣି ମାରିଦେଇଥିବା ଅଭିଯୋଗ ଆଣିଲେ ପରିବାର ଲୋକେ । ଏନେଇ ମଞ୍ଚେଶ୍ୱର ଥାନାରେ ଏତଲା ଦେଇଛନ୍ତି ମୃତ ଦିଲ୍ଲୀପ ସାମନ୍ତରାୟଙ୍କ ମାଆ ଅହଲ୍ୟା ସାମନ୍ତରାୟ ।

ତେବେ ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ, ତୃତୀୟ ମୃତ ବ୍ୟକ୍ତ ଜଣଙ୍କ ହେଉଛନ୍ତି ଦିଲ୍ଲୀପ ସାମନ୍ତରାୟ । ତେବେ ଗତକାଲି ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ପକ୍ଷରୁ ଦିଲ୍ଲୀପଙ୍କ ସ୍ୱାସ୍ଥ୍ୟବସ୍ଥା ଭଲଥିବା କୁହାଯାଇଥିଲା । ହେଲେ ରାତି ଗୋଟାଏରେ ଦିଲ୍ଲୀପଙ୍କ ସହ କଥା ହୋଇଥିଲେ ତାଙ୍କ ମାଆ । କିନ୍ତୁ ରାତି ୩ ଟାରେ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକଙ୍କୁ ସୂଚନା ଦିଆଯାଇଥିଲା ।
ତେବେ ଏଠି ପ୍ରଶ୍ନ ଉଠୁଛି ଯେ, ଯଦି ରାତି ଗୋଟାଏ ପର୍ଯ୍ୟନ୍ତ ଦିଲ୍ଲୀପ ଙ୍କ ସ୍ବାସ୍ଥାବସ୍ଥା ଭଲ ଥିଲା ତେବେ ରାତି ୩ ଟାରେ କିପରି ମୃତ୍ୟୁ ହେଲା । ଦିଲ୍ଲୀପ ବଞ୍ଚିଥିଲେ ସବୁ ସତ ପଦାକୁ ଆସିଥାନ୍ତା । ତେଣୁ ହସ୍ପିଟାଲ କର୍ତ୍ତୃପକ୍ଷ ଜାଣିଶୁଣି ତାଙ୍କୁ ମାରି ଦେଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହସ୍ପିଟାଲରେ ଉତ୍ତେଜନା ଦେଖାଦେଇଛି ।
ମୃତକଙ୍କ ପରିଚୟ କୁ ନେଇ ଏବେ ବି ମୃତ୍ୟୁ ଦ୍ୱନ୍ଦ୍ୱ ଲାଗି ରହିଥିବାବେଳେ, ପରିଚୟ ପାଇଁ ମୃତଦେହର ହୋଇପାରେ ଡିଏନଏ ଟେଷ୍ଟ । ଡିଏନଏ ଟେଷ୍ଟ କରାଯାଇ ପରିଚୟ ସ୍ପଷ୍ଟ ହେଲା ପରେ ପରିବାରକୁ ହସ୍ତାନ୍ତର କରାଯିବ ବୋଲି ହସ୍ପିଟାଲ କର୍ତୃପକ୍ଷ କହିଛନ୍ତି ।

Leave A Reply

Your email address will not be published.