ଭୁବନେଶ୍ବର: ଓଡ଼ିଶା ବିମାନ ଯାତ୍ରାରେ ଯୋଡ଼ି ହେବାକୁ ଯାଉଛି ଆଉ ଏକ ଫର୍ଦ । ଜୁନ୍ ୧୨ରୁ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ସଂଯୁକ୍ତ ଆରବ ଏମିରାତ୍ (ୟୁଏଇ) ରାଜଧାନୀ ଆବୁଧାବିକୁ ଉଡ଼ିବ ବିମାନ । ଏଭଳି ନିଷ୍ପତ୍ତି ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ଜଣାପଡିଛି ।
ଭୁବନେଶ୍ବରରୁ ଆବୁଧାବିକୁ ବିମାନ ଉଡ଼ିବା ଦ୍ବାରା ରାଜ୍ୟର ଅର୍ଥନୈତିକ ବିକାଶ ସହ ପର୍ଯ୍ୟଟନ ଓ ସଂସ୍କୃତିର ଆଦାନ ପ୍ରଦାନ ବଢ଼ିବ । ଇଣ୍ଡିଗୋର ଏକ ବିମାନ ସପ୍ତାହକୁ ୩ଦିନ ମଙ୍ଗଳବାର, ଗୁରୁବାର ଓ ଶନିବାର ଭୁବନେଶ୍ୱରରୁ ଆବୁଧାବିକୁ ଉଡ଼ାଣ କରିବ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ବିମାନ ବନ୍ଦର କର୍ତ୍ତୃପକ୍ଷ ।
ତେବେ ଆସନ୍ତା ଜୁନ୍ ୧୨ରେ ରାଜ୍ୟରେ ବିଜେପି ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଏହି ବିମାନଯାତ୍ରାର ଶୁଭାରମ୍ଭ ହେବ । ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ନୂଆ ଡେଷ୍ଟିନେସନ୍ ପଲିସି(ଏନ୍ଡିପି)-୨୦୨୪ ଆଧାରରେ ରାଜ୍ୟର ପର୍ଯ୍ୟଟନ ଓ ବ୍ୟବସାୟ ଉନ୍ନତିକରଣକୁ ଗୁରୁତ୍ୱ ଦିଆଯାଉଛି ।
ତେବେ ପୂର୍ବରୁ ଭୁବନେଶ୍ବର ବିମାନ ବନ୍ଦରରୁ ଦୁବାଇ, ସିଙ୍ଗାପୁର, ବ୍ୟାଙ୍କକ୍ ଓ କୁଆଲାଲୁମ୍ପୁରକୁ ବିମାନ ଉଡ଼ାଣ କରୁଛି ।
Comments are closed.