Latest Odisha News

ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ ,ଭରଣ ପୋଷଣ ମାମଲାର ଶୁଣାଣି ଶେଷ କରିବାକୁ ନିର୍ଦ୍ଦେଶ

କଟକ : ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ । ୫ଟି ତାରିଖରେ ଭରଣ ପୋଷଣ ମାମଲାର ଶୁଣାଣି ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ସିଆର୍‌ପିସିର ଧାରା ୧୨୫ରେ ଦାୟର ଭରଣ ପୋଷଣ ମାମଲାର ୫ଟି ତାରିଖରେ ଶୁଣାଣି ଶେଷ କରି ରାୟ ପ୍ରକାଶ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏପରି ମାମଲାର ଶୁଣାଣି ୫ରୁ ୬ଟି ତାରିଖରୁ ଅଧିକ ନେବା କଥା ନୁହେଁ ବୋଲି ହାଇକୋର୍ଟ ମତ ଦେଇଛନ୍ତି ।

ଗୋଟିଏ ତାରିଖରେ ନୋଟିସ ଜାରି କରାଯିବ । ପରବର୍ତ୍ତୀ ତାରିଖରେ ପ୍ରତିପକ୍ଷ ଅଦାଲତରେ ହାଜର ହେବା ସହିତ ଆପତ୍ତି ଦାଖଲ କରିବା ଉଚିତ।  ତୃତୀୟ ତାରିଖରେ ଯଦି ପକ୍ଷ ସାକ୍ଷୀ ଦେବାକୁ ଚାହିଁବେ ତେବେ ଆଉ ଏକ ତାରିଖ ମଞ୍ଜୁର କରାଯାଇ ସାକ୍ଷ୍ୟ ଗ୍ରହଣ ଶେଷ ହେବା ପାଇଁ ଅନୁମତି ଦିଆଯାଇ ପାରିବ ।

ପଞ୍ଚମ ତାରିଖରେ ମାମଲାର ଶୁଣାଣି ଶେଷ ହେବ । ଯଦି କୌଣସି ପକ୍ଷ ସାକ୍ଷୀ ଦେବାକୁ ଆଗ୍ରହୀ ନଥିବେ ତେବେ ତୃତୀୟ ତାରିଖରେ ଯୁକ୍ତି ଉପସ୍ଥାପନ ଗ୍ରହଣୀୟ ହେବ । ଏପରି ସ୍ଥିତିରେ ଚତୁର୍ଥ ତାରିଖରେ ଚୂଡାନ୍ତ ରାୟ ପ୍ରକାଶ କରାଯିବା ଉଚିତ ବୋଲି ହାଇକୋର୍ଟ କହିଛନ୍ତି । ଏଭଳି ଧରଣର ସଂଖ୍ୟାଧିକ ମାମଲା ବିଚାରାଧୀନ ଥିବା ଘଟଣାକୁ ଦୃଷ୍ଟିରେ ରଖି ଏପରି ଗାଇଡଲାଇନ୍ ଜାରି କରାଯାଇଥିବା ବୋଲି ହାଇକୋର୍ଟଙ୍କ ରାୟରେ ଉଲ୍ଲେଖ କରାଯାଇଛି ।

 

Comments are closed.