ଭୁବନେଶ୍ୱର: ତିନି ଦିନ ହୋଇଗଲଣି । ବିଶ୍ୱ ନିୟନ୍ତା ପ୍ରଭୁ ଶ୍ରୀ ଲିଙ୍ଗରାଜ ଖାଡା ଉପାସରେ । ନା ହେଉଛି ନୀତିକାନ୍ତି ନା ଭୋଗଲାଗି । ସେବାୟତ ବିବାଦକୁ ନେଇ ବନ୍ଦ ରହିଛି ମହାପ୍ରଭୁଙ୍କ ସେବା । ଆଜି ବସିବ ସେବାୟତ-ମନ୍ଦିର ପ୍ରଶାସନ ସ୍ୱତନ୍ତ୍ର ବୈଠକ । ବୈଠକରେ ଆଲୋଚନା ପରେ ସମାଧାନର ସୂତ୍ର ବାହାରିବାର ସମ୍ଭାବନା ରହିଛି । ଯଦି ସମାଧାନ ନ ବାହାରିଲା ତେବେ ବିକଳ୍ପ ବ୍ୟବସ୍ଥା ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଦେବୋତ୍ତର କମିଶନର ।
ଆଲୋଚନା କରି ବିବାଦ ତୁଟାଇବା ପାଇଁ ଅତିରିକ୍ତ ଦେବୋତ୍ତର କମିଶନର ମନ୍ଦିର ଟ୍ରଷ୍ଟ ବୋର୍ଡ କାର୍ଯ୍ୟ ନିର୍ବାହୀ ତଥା ଅତିରିକ୍ତ ଜିଲ୍ଲାପାଳଙ୍କୁ ଲିଖିତ ନିର୍ଦ୍ଦେଶ ଦେଇଛନ୍ତି । ଆଲୋଚନାରେ କୌଣସି ପକ୍ଷ ରାଜି ନ ହେଲେ ବିକଳ୍ପ ବ୍ୟବସ୍ଥା ଗ୍ରହଣ କରିବା ପାଇଁ କୁହାଯାଇଛି । ଏଥିସହ ପୁରୁଣା ବିବାଦ ଏବଂ ନୀତିକାନ୍ତି ବନ୍ଦ ସମ୍ପର୍କରେ ସମସ୍ତ ରିପୋର୍ଟ ଦେବାକୁ କହିଛନ୍ତି ଅତିରିକ୍ତ ଦେବୋତ୍ତର କମିଶନର ।
ସୂଚନା ଥାଉ କି, ଏକ ଦୋକାନ ଘର ନିର୍ମାଣକୁ ନେଇ ବଡୁ ନିଯୋଗ ଏବଂ ବ୍ରାହ୍ମଣ,ପୂଜାପଣ୍ଡା ନିଯୋଗ ମଧ୍ୟରେ ବିବାଦ ଲାଗିଛି । ଏହାକୁ ନେଇ ଲିଙ୍ଗରାଜଙ୍କ ସେବା ବନ୍ଦ କରି ଦେଇଛନ୍ତି ବ୍ରାହ୍ମଣ ଓ ପୂଜାପଣ୍ଡା ନିଯୋଗ । ଏପଟେ ନୀତିକାନ୍ତି ବନ୍ଦ ରହିଥିଲେ ବି ଭକ୍ତଙ୍କ ଦର୍ଶନ ପାଇଁ ସାହଣମେଲା ଖୋଲା ରହିଛି ।
ମହାପ୍ରଭୁଙ୍କୁ ଉପାସରେ ଦେଖି ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । କଂଗ୍ରେସ ନେତା ସୁର ରାଉତରାୟ ମଧ୍ୟ ଏହାକୁ ନେଇ ସେବାୟତଙ୍କ ଉପରେ ବର୍ଷିଛନ୍ତି । କଥା କଥାକେ ଏପରି ପ୍ରଭୁଙ୍କ ନୀତିକାନ୍ତି ବନ୍ଦ କରିବା ଠିକ ନୁହେଁ ବୋଲି କହିଛନ୍ତି । ଅନ୍ୟପକ୍ଷେ ସରକାର ଏହାର ସମାଧାନ କରୁ ନ ଥିବାରୁ କଡା ସମାଲୋଚନା କରିଛନ୍ତି କଂଗ୍ରେସ ନେତା ।
BREAKING NEWS
- ୧ ଏପ୍ରିଲରୁ ଟୋଲ୍ ପ୍ଲାଜାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ କରିବାକୁ ପଡ଼ିବ?
- ଓଡିଶାକୁ ଆଉ ନାହିଁ ମାଓ ବିପଦ
- Congress’s ‘miracle’ dig at Amit Shah: ଅମିତ ଶାହଙ୍କ ଭାଷଣ ନେଇ କଟାକ୍ଷ କଲା କଂଗ୍ରେସ, କହିଲା, ‘୯୦ ମିନିଟର ଚିତ୍କାର…ଚମତ୍କାର…’
- ଯାଜପୁର ପୋଲିସ୍ ଦ୍ୱାରା “ଇ-ମିତ୍ର” ଚାଟ୍ବୋଟ୍ର ଶୁଭାରମ୍ଭ
- ସେପ୍ଟିକ ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ
- ଆସାମ ନିର୍ବାଚନ ପାଇଁ ବିଜେପିର ମାଷ୍ଟର ପ୍ଲାନ୍
- ୨୩ଟି ଦେଶରେ ବ୍ୟାପିଛି କରୋନା ଭାଇରସର ନୂଆ ଭାରିଆଣ୍ଟ, ଭାରତ ଉପରେ ଏହାର ପ୍ରଭାବ ରହିଛି କି?
- Stampede at Bihar’s Temple: ନାଳନ୍ଦାର ଶୀତଳା ମନ୍ଦିରରେ ଦଳାଚକଟା, ଚାଲିଗଲା ୮ ଜୀବନ, ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
- Sonia Gandhi Discharged From Hospital: ସୁସ୍ଥ ହୋଇ ଘରକୁ ଫେରିଲେ ସୋନିଆ ଗାନ୍ଧୀ
- Health Minister Accuses Opposition: ନିଜ ଜିଦରେ ଅଟଳ ବିରୋଧୀ…ବର୍ଷିଲେ ସ୍ୱାସ୍ଥ୍ୟମନ୍ତ୍ରୀ…ଆଜି ବି ଅଚଳାବସ୍ଥା…
Comments are closed.