Latest Odisha News

BREAKING NEWS

୮ ହଜାର ସାଇକେଲ ପାଇଲେ ମିଶନ ଶକ୍ତିର ମା’

ଭୁବନେଶ୍ୱର : ଆଜି ଲୋକସେବା ଭବନସ୍ଥିତ କନଭେନସନ ହଲରେ ସାଇକେଲ ବିତରଣ କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇଯାଇଛି। ସହରାଞ୍ଚଳରେ କାମ କରୁଥିବା ୮ ହଜାର ମିଶନଶକ୍ତି ଗୋଷ୍ଠୀ ସହଭାଗୀ ମାନଙ୍କୁ ସାଇକେଲ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସ୍ୱଚ୍ଛ କର୍ମୀ, ସ୍ୱଚ୍ଛ ସାଥୀ, ଆହାର କର୍ମୀ, ଜଳ ସାଥୀ ଏବଂ ସୁପରଭାଇଜର ଆଦି ସମସ୍ତେ ସାଇକେଲ ପାଇଛନ୍ତି । ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଓ ମିଶନ ଶକ୍ତି ବିଭାଗର ମିଳିତ ସମନ୍ୱୟରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ।

ଏହି ଅବସରରେ ଉଦବୋଧନ ଦେଇ କହିଥିଲେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମିଶନଶକ୍ତି ମା ମାନଙ୍କର ସଫଳତା ଦେଖି ମୁଁ ବହୁତ ଖୁସି । ଆପଣମାନଙ୍କ ଆତ୍ମବିଶ୍ୱାସ, ଆପଣମାନଙ୍କ ଉତ୍ସାହ ମିଶନଶକ୍ତିକୁ ଏକ ନମ୍ବର ସଫଳ କାର୍ଯ୍ୟକ୍ରମ କରିଛି ବୋଲି କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ବିଭିନ୍ନ ସହରରେ ମିଶନ ଶକ୍ତିର ମା ମାନେ କମ୍ୟୁନିଟି ପାର୍ଟିସିପେସନ କାର୍ଯ୍ୟକ୍ରମରେ ଅନେକ ଦାୟିତ୍ବ ହାତକୁ ନେଇଛନ୍ତି। ଆହାର, କଠିନ ବର୍ଜ୍ୟବସ୍ତୁ ପରିଚାଳନା, ପରିମଳ, ଜଳସାଥି, ସ୍ବଚ୍ଛସାଥି ଆଦି ଅନେକ କାମ କରୁଛନ୍ତି ।

ତେବେ ମିଶନ ଶକ୍ତିର ମା ମାନେ ଯେପରି ସୁବିଧାରେ ନିଜ ନିଜର ଦାୟିତ୍ବ ପାଳନ କରିପାରିବେ, ସେଥିପାଇଁ ରାଜ୍ୟ ସରକାରଙ୍କ ତରଫରୁ ସାଇକେଲ ଦିଆଯାଇଛି । ଫଳରେ ମା ମାନେ ନିଜର କାର୍ଯ୍ୟ ସଠିକ୍‌ ଭାବେ ତୁଲାଇ ପାରିବେ । ସେହିପରି ମିଶନ ଶକ୍ତି ମା ପଦ୍ମାବତୀ ଦାସ (ଆହାର କର୍ମୀ) ଓ ସୀତା ମୁର୍ମୁ (ସ୍ବଚ୍ଛକର୍ମୀ) ମିଶନ ଶକ୍ତି କାର୍ଯ୍ୟକ୍ରମ ଯୋଗୁ ସେମାନେ ଆଜି ସ୍ବାବଲମ୍ବୀ ହେବା ସହିତ ନିଜ ନିଜ ପରିବାରର ଛୋଟ ଛୋଟ ଅସୁବିଧା ମଧ୍ୟ ଦୂର କରିପାରୁଛନ୍ତି ବୋଲି କହିଥିଲେ ।

ସାଇକେଲ ଦ୍ବାରା ସେମାନଙ୍କ ସମୟ ବଞ୍ଚିବା ସହିତ କାର୍ଯ୍ୟ ଦକ୍ଷତା ବଢ଼ିବ ବୋଲି ମିଶନ ଶକ୍ତିର ମା ମାନେ କହିଥିଲେ।  ସାଇକେଲ ପାଇବା ଦ୍ବାରା କର୍ମ କ୍ଷେତ୍ରରେ ସେମାନଙ୍କୁ ବହୁ ସୁବିଧା ଓ ସ୍ବାଧୀନତା ମିଳିପାରିବ। ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ କହିଲେ ଯେ  ଗୋଷ୍ଠୀଗତ ବିକାଶର ଏକ ଅନୁପମ ବାର୍ତ୍ତାବହ ହେଉଛି ମିଶନ ଶକ୍ତି । ମୁଖ୍ୟମନ୍ତ୍ରୀଙ୍କ ଦିଗ‌ଦର୍ଶନରେ ଏହା ଆଜି ନୂଆ ମାଇଲଷ୍ଟୋନ ସ୍ଥାପନ କରିପାରିଛି ।

ଏହି କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି. ମାଥିଭାତନନ, ବିଏମସି କମିଶନର ବିଜୟ ଅମୃତ କୁଲାଙ୍ଗେ ବିଏମସି ମେୟର ଶ୍ରୀମତୀ ସୁଲୋଚନା ଦାସ ଉପସ୍ଥିତ ଥିଲେ ।

Leave A Reply

Your email address will not be published.