ମାଲକାନଗିରି: ମାଲକାନଗିରି ଜିଲ୍ଲାରେ କାଲି ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲ ଛୁଟି ରହିବ । ଅଙ୍ଗନବାଡ଼ି ସହ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ । ଆସନ୍ତାକାଲି ତଥା ଅଗଷ୍ଟ ୧୮ ତାରିଖରେ ଅତିପ୍ରବଳ ବର୍ଷା ନେଇ ମାଲକାନଗିରି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଥିବାରୁ ଏପରି ନିଷ୍ପତ୍ତି ହୋଇଛି ।

ସୂଚନାଯୋଗ୍ୟ, ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ପ୍ରଭାବରେ କୋରାପୁଟ, ମାଲକାନଗିରି ଜିଲ୍ଲାରେ ବର୍ଷା ଲାଗି ରହିଛି । ୨୪ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲି ପାଇଁ ୩ ଜିଲ୍ଲା କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର(ମ୍ୟାପ୍)କୁ ରେଡ୍ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।
ଏନେଇ ୩ ଜିଲ୍ଲାର ଜିଲ୍ଲା ପ୍ରଶାସନକୁ ପ୍ରସ୍ତୁତ ରହିବାକୁ ସତର୍କ କରାଇଛନ୍ତି ଏସଆରସି । ଯାହାକୁ ନେଇ ଆସନ୍ତାକାଲି ମାଲକାନଗିରି ଜିଲ୍ଲାରେ ଅଙ୍ଗନବାଡ଼ି ସହ ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲ ଛୁଟି ରହିବ ।
Comments are closed.