Latest Odisha News

ଆଗକୁ ଶିଶୁଙ୍କ ସଂକ୍ରମଣ ସଂଖ୍ୟା ବଢ଼ିବା ସମ୍ଭାବନା ରହିଛି: ଡିଏମଇଟି

ଭୁବନେଶ୍ୱର: ରାଜ୍ୟରେ ଶିଶୁ ସଂକ୍ରମିତଙ୍କ ସଂଖ୍ୟା ବଢିଛି । ଗତ ୨୪ ଘଣ୍ଟାରେ ୧୮ ବର୍ଷରୁ କମ୍ ୧୦୪ ଜଣ ଶିଶୁଙ୍କ କରୋନା ସଂକ୍ରମିତ ହୋଇଛନ୍ତି । ଶିଶୁଙ୍କର ସିଭିଅରିଟି କମ୍ ରହିଛି । ସଂକ୍ରମଣ ଉପର ମୁଁହା ହେଲେ କୌଣସି ଲହର ଆସିଲା ବୋଲି ଜଣା ପଡିବ । ଏବେ ସେମିତି ଅବସ୍ଥା ନାହିଁ ବୋଲି କହିଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି ।

୧୮ ବର୍ଷରୁ ଅଧିକ ଲୋକ ପ୍ରାୟ ସମସ୍ତେ ଟିକା ନେଇ ସାରିଲେଣି । ତେଣୁ ଆଗକୁ କୌଣସି ଲହର ଆସିଲେ ଶିଶୁଙ୍କୁ ସଂକ୍ରମଣ ହେବାର ଅଧିକ ସମ୍ଭାବନା ରହିଛି । ଶିଶୁଙ୍କୁ ସୁରକ୍ଷିତ ପରିସରରେ ରଖିବାକୁ ପଡିବ ବୋଲି ପରାମର୍ଶ ଦେଇଛନ୍ତି ଡିଏମଇଟି ।

ଅଭିଭାବକ ଓ ଶିକ୍ଷକ ଅଧିକ ସତର୍କ ରହିବା ସହ ସାନିଟାଇଜ ରହିବା ଆବଶ୍ୟକ । ଆଗକୁ ୧୮ ବର୍ଷରୁ କମ୍ ବୟସ ଶିଶୁଙ୍କ ସଂକ୍ରମଣ ସଂଖ୍ୟା ବଢିବାର ସମ୍ଭାବନା ରହିଛି ବୋଲି କହିଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି ।

Leave A Reply

Your email address will not be published.