Latest Odisha News

BREAKING NEWS

ଆପଣଙ୍କ ମୁଣ୍ଡ ବିନ୍ଧୁଛି କି !

ଆମ ଦୈନନ୍ଦିନ ଜୀବନରେ ଅନେକ ସମୟରେ ମୁଣ୍ଡବିଧା ସମସ୍ୟା ଦେଖିବାକୁ ମିଳିଥାଏ । ଏହି ସମସ୍ୟାକୁ ସମସ୍ତେ ସାଧାରଣ ସମସ୍ୟା ବୋଲି ଭାବିଥାଆନ୍ତି । କାମରେ ବ୍ୟସ୍ତ ରହୁଥିବାରୁ ଲୋକମାନେ ମୁଣ୍ଡବିନ୍ଧା ଭଳି ସମସ୍ୟାକୁ ଅଧିକ ଗୁରୁତ୍ୱ ଦେଇନଥାନ୍ତି । ଯାହା ପରବର୍ତ୍ତୀ ମୂହୁର୍ତ୍ତରେ ସେମାନଙ୍କୁ ଅସୁବିଧାରେ ପକାଇଥାଏ । ତେବେ ଆସନ୍ତୁ ଜାଣିବା ମୁଣ୍ଡବିନ୍ଧା କେଉଁ ଶାରୀରିକ ସମସ୍ୟାର ସମ୍ମୁଖୀନ କରାଇଥାଏ……

ପ୍ରତିଦିନ ମୁଣ୍ଡ ବିନ୍ଧା ହେବା ମାଇଗ୍ରେନର ଲକ୍ଷଣ ହୋଇଥାଏ । ଏହି ସମସ୍ୟା ହେଲେ ମୁଣ୍ଡର ଏକ ଭାଗରେ ଜୋରରେ କମ୍ପନ ହେଉଥିବା ଅନୁଭବ ହୋଇଥାଏ । ଶରୀରରେ ଜଳୀୟ ଅଂଶ କମ ହେଲେ ମଧ୍ୟ ମୁଣ୍ଡ ବିନ୍ଧା ଭଳି ସମସ୍ୟା ଦେଖାଯାଇଥାଏ । ତେଣୁ ପ୍ରତିଦିନ ଏବଂ ପ୍ରତି ଋତୁରେ ଅତି କମରେ ୮-୧୦ ଗ୍ଲାସ ପାଣି ପିଇବା ନିହାତି ଆବଶ୍ୟକ ।

ମୁଣ୍ଡବିନ୍ଧା ଷ୍ଟ୍ରୋକ୍ ହେବାର ପୂର୍ବ ଲକ୍ଷଣ ହୋଇଥାଏ । ଏହି ସମସ୍ୟା ହେବାକୁ ଥିଲେ ଆରମ୍ଭରୁ ମୁଣ୍ଡ ଜୋରରେ ବିନ୍ଧା ହୋଇଥାଏ । ପରେ ବାନ୍ତି ହେବା, ଖାଇବାକୁ ଇଚ୍ଛା ନହେବା ଭଳି ସମସ୍ୟା ଦେଖାଯାଇଥାଏ। ଯେତେବେଳେ ମସ୍ତିଷ୍କର କୌଣସି ଅଂଶରୁ ରକ୍ତ ସଞ୍ଚାଳନ ଠିକ୍ ଭାବରେ ହୋଇ ନଥାଏ, ସେତେବେଳେ ଷ୍ଟ୍ରୋକ୍ ଭଳି ସମସ୍ୟା ଦେଖାଯାଇଥାଏ ।

 

Leave A Reply

Your email address will not be published.