Latest Odisha News

BREAKING NEWS

ଟର୍ଚ୍ଚ ମାରି ରୋଗୀ ଦେଖିଲେ ଡାକ୍ତର: କଟକ ବଡ଼ ଡାକ୍ତରଖାନାର ବଡ଼ ବିଭ୍ରାଟ

କଟକ: ରୋଗୀ ଦେଖିବା ବେଳେ ହଠାତ୍ ପଳାଇଲା ବିଜୁଳି ଆଲୁଅ । ଟର୍ଚ୍ଚ ମାରି ରୋଗୀ ଦେଖିଲେ ଡାକ୍ତର । ଏହୃଶ୍ୟ କୌଣସି ଉପାନ୍ତ ଅଞ୍ଚଳର ନୁହେଁ । ରାଜ୍ୟର ବଡ଼ ଡାକ୍ତରଖାନାରେ ବିଦ୍ୟୁତ ସେବାରେ ବଡ଼ ବିଭ୍ରାଟକୁ ନେଇ ଏବେ ଚର୍ଚ୍ଚା । ମାନେ କଟକ ଏସସିବି ମେଡିକାଲରେ ଟର୍ଚ୍ଚ ଲଗାଇ ଡାକ୍ତର ରୋଗୀ ଦେଖିଥିଲେ । ଜରୁରିକାଳୀନ ଓ୍ୱାର୍ଡର ଏହି ଚିତ୍ର ମେଡିକାଲର ଅବ୍ୟବସ୍ଥା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି ।

ଗତକାଲି ଏହି ଘଟଣା ଘଟିଥିଲା କୁହାଯାଉଛି । ରାତି ପାଖାପାଖି 9ଟାରେ ଏସସିବିରେ 15 ମିନିଟ ବିଜୁଳି କାଟ ହୋଇଥିଲା । ଏତିକିବେଳେ ଜରୁରିକାଳୀନ ଓ୍ୱାର୍ଡକୁ ଆସୁଥିବା ରୋଗୀଙ୍କ ଚିକିତ୍ସା ପାଇଁ ନଥିଲା ବିକଳ୍ପ ବ୍ୟବସ୍ଥା । ଫଳରେ ଡାକ୍ତର ଟର୍ଚ୍ଚ ଆଲୁଅରେ ଏମର୍ଜେନ୍ସୀ ଓ୍ୱାର୍ଡରେ ରୋଗୀ ଦେଖିଥିଲେ । ଯଦିଓ ପରେ ପରିସ୍ଥିତି ସ୍ୱାଭାବିକ ହୋଇଥିଲା ।

Leave A Reply

Your email address will not be published.