ବ୍ରହ୍ମପୁର:ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ପରିସରରେ ୧୨ଟି କୁକୁରକୁ ଗୋଡ଼ ଓ ମୁହଁ ବାନ୍ଧିବା ଘଟଣା ଜାତୀୟ ମାନବାଧିକାର କମିଶନରେ ପହଞ୍ଚିଛି। ବ୍ରହ୍ମପୁରର ସମାଜେସବୀ ରବିନ୍ଦ୍ର କୁମାର ମିଶ୍ର ଏନେଇ କମିଶନରେ ଅଭିଯୋଗ କରିଛନ୍ତି। ସେ ତାଙ୍କ ଅଭିଯୋଗରେ ଦର୍ଶାଇଛନ୍ତି ଯେ, କୁକୁରଗୁଡ଼ିକୁ ଅତି ଅମାନବୀୟ ଭାବେ ନିର୍ଯାତନା ଦିଆଯାଇଛି। ବାନ୍ଧିଦେବା ଯୋଗୁ ଶରୀରର ଅନେକ ସ୍ଥାନରେ କ୍ଷତ ଚିହ୍ନ ରହିଛି। ଏନେଇ ଲୋକସଭା ସାଂସଦ ତଥା ପଶୁ ଅଧିକାର ପାଇଁ ଲଢ଼େଇ କରୁଥିବା ମେନେକା ଗାନ୍ଧୀଙ୍କ ସମେତ ବ୍ରହ୍ମପୁର ଏସ୍ପି ଡା. ସର୍ବଣା ବିବେକ ଏମ୍, ବ୍ରହ୍ମପୁର ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ଗୀତାଞ୍ଜଳୀ ଦାସଙ୍କ ନିକଟରେ ମଧ୍ୟ ଅଭିଯୋଗ କରାଯାଇଛି। ପଶୁ ସୁରକ୍ଷା କର୍ମୀମାନେ କୁକୁରକୁ ଉଦ୍ଧାର କରିବାକୁ ଯାଇଥିବା ବେଳେ ବିଶ୍ବବିଦ୍ୟାଳୟର କର୍ମଚାରୀମାନେ ସେମାନଙ୍କୁ ଦୁର୍ବ୍ୟବହାର କରିଥିଲେ । ଏପରିକି ଆକ୍ରମଣ କରିବା ସହ ମୋବାଇଲ ଛଡ଼ାଇ ନେଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶୁ ପକ୍ଷୀଙ୍କ ସୁରକ୍ଷା ଓ ସଂରକ୍ଷଣ ଦିଗରେ ଅନେକ ପଦକ୍ଷେପ ନେଉଛନ୍ତି। ହେଲେ ସରକାରୀ ଅଧିକାରୀମାନେ ଏଦିଗରେ ଅବହେଳା କରୁଛନ୍ତି। ପଶୁ ସୁରକ୍ଷା ପାଇଁ ଅନେକ ନିୟମ ରହିଥିଲେ ମଧ୍ୟ ବ୍ରହ୍ମପୁର ବିଶ୍ବବିଦ୍ୟାଳୟରେ ଏହାର ଉଲଂଘନ ହୋଇଛି। ଏଣୁ ମାମଲାକୁ ଗୁରୁତର ଭାବେ ନେବା ସହିତ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରକୁ ପଶୁ ସୁରକ୍ଷା ଦିଗରେ ପଦକ୍ଷେପ ନେବା ପାଇଁ ନିର୍ଦେଶ ଦେବାକୁ ଆବେଦନରେ ଉଲ୍ଲେଖ କରାଯାଇଛି। ଏଥି ସହିତ ବିଗତ ଦିନରେ ବିଭିନ୍ନ କୋର୍ଟ ଦ୍ବାରା ପଶୁ ସୁରକ୍ଷା ସଂପର୍କିତ ବିଭିନ୍ନ ମାମଲାଗୁଡ଼ିକର ରାୟ ସଂପର୍କରେ ମଧ୍ୟ ଆବେଦନରେ ଦର୍ଶାଯାଇଛି।
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.