ଭୁବନେଶ୍ବର: ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ । ୪ ଦିନ ପରେ ଘରୋଇ ବସ୍ ଚଳାଚଳ ସ୍ବାଭାବିକ ହୋଇଛି । ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ଗଡ଼ିଲା ବସ୍ । ସାରା ରାଜ୍ୟରେ ଯାତ୍ରୀଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଘରୋଇ ବସ ମାଲିକ ସଂଘ ଏହି ନିଷ୍ପତ୍ତି ନେଇଛି ।
ଏଥିପାଇଁ ସୁରକ୍ଷା ଯୋଗାଇ ଦେବାକୁ ରାଜ୍ୟ ସରକାରଙ୍କୁ ସଂଘ ଅପିଲ କରିଛି । ସେପଟେ ଡ୍ରାଇଭର ମହାସଂଘ ଧର୍ମଘଟକୁ ସମର୍ଥନ ଜଣାଇବ ନାହିଁ ବୋଲି ପ୍ରେସମିଟ୍ କରି ସୂଚନା ଦେଇଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ।
ଚାରି ଦିନ ଧରି ଧର୍ମଘଟ ଯୋଗୁଁ କ୍ଷତି ସହୁଛନ୍ତି ବସ୍ ମାଲିକ । ହଜାର ହଜାର ଯାତ୍ରୀ ହନ୍ତସନ୍ତ ହେଉଛନ୍ତି । ତେଣୁ ଡ୍ରାଇଭର ମହାସଂଘର ଷ୍ଚିୟରିଂ ଛାଡ଼ ଆନ୍ଦୋଳନକୁ ଆଉ ସମର୍ଥନ ଦିଆଯିବ ନାହିଁ ବୋଲି ଘରୋଇ ବସ ମାଲିକ ସଂଘ ସୂଚନା ଦେଇଛନ୍ତି । ତେଣୁ ଆଜିଠୁ ଘରୋଇ ବସ୍ ଚଳାଚଳ ସେବା ସ୍ବାଭାବିକ ହୋଇଛି ।
ଗତ ୮ ତାରିଖରୁ ଡ୍ରାଇଭର ମହାସଂଘ ଆନ୍ଦୋଳନ ଯୋଗୁ ରାଜ୍ୟବ୍ୟାପୀ ବସ୍ ଚଳାଚଳ ବନ୍ଦ ରହିଥିଲା ।
ସେପଟେ, ୭ ଦଫା ଦାବି ନେଇ ରାସ୍ତାକୁ ଓହ୍ଲାଇଥିବା ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଆଜି ୪ର୍ଥ ଦିନରେ ପହଞ୍ଚିଛି । ପ୍ରଥମ ଦିନ ମହାସଂଘ ସହ ରାଜ୍ୟ ସରକାର ଆଲୋଚନା କରିଥିବାବେଳେ, ଦ୍ବିତୀୟ ଦିନ ଠାରୁ ଆଉ ଆଲୋଚନା ହେଉ ନାହିଁ । ସରକାରଙ୍କ ଠାରୁ ଲିଖିତ ପ୍ରତିଶ୍ରୁତି ଦାବିରେ ଅଟଳ ରହିଛି ମହାସଂଘ ।
Comments are closed.