Latest Odisha News

BREAKING NEWS

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼

ନୂଆଦିଲ୍ଲୀ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ । ପେନସିଲଭାନିଆରେ ଅନୁଷ୍ଠିତ ଏକ ରାଲି ବେଳେ ଦୁର୍ବୃତ୍ତଙ୍କ ଗୁଳିମାଡ଼ । ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରଚାର ଚାଲିଥିବା ବେଳେ ଟ୍ରମ୍ପଙ୍କୁ ଗୁଳିମାଡ଼ ହୋଇଛି । ଟ୍ରମ୍ପଙ୍କ ଡାହାଣ କାନରେ ଗୁଳି ବାଜିଥିବା ଅନୁମାନ କରାଯାଇଛି । ସେପଟେ ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ଜଣେ ସନ୍ଦିଗ୍ଧ ଆକ୍ରମଣକାରୀ ମୃତ୍ୟୁ ବରଣ କରିଛି ।

ସୂଚନା ଅନୁସାରେ, ଆଗକୁ ଆମେରିକା ନିର୍ବାଚନ ଥିବାବେଳେ ପେନସିଲଭାନିଆରେ ଡୋନାଲ୍ଡ ଟ୍ରମ୍ପ ନିର୍ବାଚନୀ ପ୍ରଚାର କରୁଥିଲେ । ପ୍ରଚାର ସମୟରେ ଜନତାଙ୍କୁ ସମ୍ବୋଧନ କରୁଥିବା ବେଳେ ହଠାତ ଡୋନାଲ୍ଡ ଟ୍ରମ୍ପଙ୍କ ଉପରକୁ ଗୁଳିମାଡ ହୋଇଥିଲା । ଗୁଳିମାଡ ପରେ ଟ୍ରମ୍ପ ପୋଡିୟମ ତଳେ ବସିପଡିଥିଲେ । ସେପଟେ ଟ୍ରମ୍ପଙ୍କ ସିକ୍ୟୁରିଟି ଗାର୍ଡ ତାଙ୍କୁ ସଙ୍ଗେ ସଙ୍ଗେ ଘେରି ନେଇଥିଲେ । ତେବେ ଟ୍ରମ୍ପଙ୍କ କାନ ଓ ଗାଲରେ ରକ୍ତ ଛିଟା ଲାଗିଥିବା ବେଳେ ତାଙ୍କ କାନରେ ଗୁଳି ବାଜିଥିବା ସନ୍ଦେହ କରାଯାଉଛି । ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ବର୍ତ୍ତମାନ ସେ ବିପଦମୁକ୍ତ ଥିବା ସିକ୍ରେଟ ସର୍ଭିସ ପକ୍ଷରୁ ସୂଚନା ଜାରି କରାଯାଇଛି ।

ଅନ୍ୟପଟେ ଉକ୍ତ ଘଟଣାକୁ ନେଇ ଆମେରିକାର ରାଷ୍ଟ୍ରପତି ଜୋ ବିଡେନ ଟ୍ୱିଟ୍ କରି କହିଛନ୍ତି ଯେ, ପେନସିଲଭାନିଆରେ ଡୋନାଲ୍ଡ ଟ୍ରମ୍ପଙ୍କ ରାଲିରେ ହୋଇଥିବା ଗୁଳି ବିନିମୟ ବିଷୟରେ ମୋତେ ଅବଗତ କରାଯାଇଛି। ମୁଁ ଟ୍ରମ୍ପ ଏବଂ ସେଠାରେ ଉପସ୍ଥିତ ଥିବା ସମସ୍ତ ଲୋକଙ୍କ ପାଇଁ ଦୁଃଖିତ । ଆମେରିକାରେ ଏହି ପ୍ରକାର ହିଂସା ପାଇଁ କୌଣସି ସ୍ଥାନ ନାହିଁ। ତେବେ ଉକ୍ତ ଘଟଣାକୁ ନେଇ ଜୋ ବିଡେନ କଡା ନିନ୍ଦା କରିଛନ୍ତି ।

 

Comments are closed.