ଅହମ୍ମଦାବାଦ: ବଲିଉଡ ଫିଲ୍ମକୁ ପ୍ରଂଶସା କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ମୋଟେରା ଷ୍ଟାଡିୟମରେ ଆୟୋଜିତ ‘ନମସ୍ତେ ଟ୍ରମ୍ପ’ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ ହିନ୍ଦୀ ସିନେମା ବିଷୟରେ ଚର୍ଚ୍ଚା କରିଛନ୍ତି । ଶାହାରୁଖ ଏବଂ କାଜୋଲଙ୍କ ବ୍ଲକବଷ୍ଟର ହିଟ୍ ଫିଲ୍ମ ‘ଦିଲ୍ୱାଲେ ଦୁଲହନିଆ ଲେ ଜାଏଙ୍ଗେ’ ବିଷୟରେ ସେ ଚର୍ଚ୍ଚା କରିଛନ୍ତି ।
ଭାରତୀୟ ସିନେମାର ଇତିହାସ ବଖାଣିଛନ୍ତି ଟ୍ରମ୍ପ । ଏଠାରେ ପ୍ରତି ବର୍ଷ ଦୁଇ ହଜାରରୁ ଅଧିକ ଫିଲ୍ମ ତିଆରି ହେବା ସହ ରିଲିଜ ହେଉଛି । ଭାରତୀୟ ଫିଲ୍ମର ସଙ୍ଗୀତ ରଚନା ଓ ଭାଙ୍ଗଡା ନୃତ୍ୟ ଅତ୍ୟନ୍ତ ମନ୍ତ୍ରମୁଗ୍ଧକର ବୋଲି ସେ କହିଛନ୍ତି । କେବଳ ଡିଡିଏଲ୍ଜେ ନୁହେଁ ବଲିଉଡର କିମ୍ବଦନ୍ତୀ ଫିଲ୍ମ ‘ସୋଲେ’କୁ ମଧ୍ୟ ମନେ ପକାଇଛନ୍ତି ଡୋନାଲ୍ଡ ଟ୍ରମ୍ପ । ଏହି ଫିଲ୍ମକୁ ମଧ୍ୟ ସେ ପ୍ରଶଂସା କରିଛନ୍ତି ।
ସୂଚନାଯୋଗ୍ୟ ଯେ, କିଛି ଦିନ ପୂର୍ବରୁ ଡୋନାଲ୍ଡ ଟ୍ରମ୍ପ ନିକଟରେ ରିଲିଜ ହୋଇଥିବା ଆୟୁଷ୍ମାନ ଖୁରାନାଙ୍କ ଫିଲ୍ମ ‘ଶୁଭ ମଙ୍ଗଲ ଜ୍ୟାଦା ସାବଧାନ’ର ପ୍ରଂଶସା କରିଥିଲେ । ଭାରତରେ ସମଲିଙ୍ଗୀ ସମ୍ପର୍କକୁ ବୈଧ କରିବା ପରେ ଏବେ ଫିଲ୍ମ ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଉଛି । ଏହା ସମାଜକୁ ଭଲ ବାର୍ତ୍ତା ଦେଉଛି ବୋଲି ଟ୍ରମ୍ପ ଟ୍ୱିଟ୍ କରି ପ୍ରଂଶସା କରିଥିଲେ ।
BREAKING NEWS
- Main Actor Nahi Hoon Release: ଚାରୋଟି ଫିଲ୍ମ ଫେଷ୍ଟିଭାଲରେ ଛାଇଲା ନୱାଜୁଦ୍ଦିନ ସିଦ୍ଦିକୀଙ୍କ ଏହି ଫିଲ୍ମ…ଏବେ ଭାରତରେ ହେବ ରିଲିଜ୍…
- District Planning Committees: ୩୦ ଜିଲ୍ଲା ପାଇଁ ଯୋଜନା କମିଟି ଗଠନ;୪ ମନ୍ତ୍ରୀ ଓ ୨୬ ବିଧାୟକଙ୍କୁ ଦାୟିତ୍ବ
- କାହିଁକି ବୃଦ୍ଧି ପାଉଛି ରାଣୀ ମହୁମାଛି ଚୋରା ଚାଲାଣ? ଜାଣନ୍ତୁ କେତେ ରହିଛି ଏହାର ବଜାର ମୂଲ୍ୟ
- Isreal After Trump says leave War: ଯୁଦ୍ଧରେ ଆମେରିକାଠୁ ଅଲଗା ହେଲା କି ଇସ୍ରାଏଲ? ଟ୍ରମ୍ପଙ୍କ ବୟାନ ପରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା…
- PM Modi Assam Visits: ଚା ବଗିଚାରେ ହଠାତ୍ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ, ମହିଳାଙ୍କ ସହ ଛିଣ୍ଡାଇଲେ ଚା ପତ୍ର…
- ଭାରତରେ ପ୍ରଥମ ଥର ପାଇଁ କେବେ ଆସିଥିଲା ପେଟ୍ରୋଲ? ଜାଣନ୍ତୁ କେଉଁ ଦେଶରୁ ଆମଦାନି ହୋଇଥିଲା..
- Hydroponic Ganja: ହାଇଡ୍ରୋପୋନିକ୍ ଗଞ୍ଜେଇ କ’ଣ? କାହିଁକି ବୃଦ୍ଧି ପାଉଛି ଚୋରା ଚାଲାଣ?
- Iran War: ଶୀଘ୍ର ପଡ଼ିବ ଯୁଦ୍ଧରେ ଯବନିକା!, କହିଦେଲେ ଟ୍ରମ୍ପ…
- ରୁଷିଆରେ ସେନା ବିମାନ ଦୁର୍ଘଟଣା: ୨୯ ମୃତ
- ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ, ସର୍ଚ୍ଚ ଅପରେସନ ଜାରି
Comments are closed.