Latest Odisha News

ବଞ୍ଚିତ ସୁଭଦ୍ରା ହିତାଧିକାରୀ ଚିହ୍ନଟ ପାଇଁ ଗାଁ ବୁଲିବେ ସରକାର

ଭୁବନେଶ୍ବର: ଯୋଗ୍ୟ ହିତାଧିକାରୀ ଯେପରି ସୁଭଦ୍ରା ଯୋଜନରୁ ବଞ୍ଚିତ ନେହେବେ ସେନେଇ ହିତାଧିକାରୀଙ୍କୁ ଖୋଜିବାକୁ କରାଯିବ ଡୋର ଟୁ ଡୋର ସର୍ଭେ । ମାର୍ଚ୍ଚ ୩୧ ତାରିଖରେ ଆବେଦନ ପ୍ରକ୍ରିୟାକୁ ବନ୍ଦ କରି ସର୍ଭେ କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର ବୋଲି ଆଜି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି ।

ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଡୋର ଟୁ ଡୋର ଯାଇ ୱାନ ଟୁ ୱାନ ସର୍ଭେ କରିବେ ଅଧିକାରୀ । ବର୍ତ୍ତମାନ ପର୍ଯ୍ୟନ୍ତ ସୁଭଦ୍ରାରେ ଏକ କୋଟି ୮ଲକ୍ଷ ମହିଳା ଆବେଦନ କରିଛନ୍ତି । ସେଥିରୁ ୫ଟି ପର୍ୟ୍ୟାୟରେ ପ୍ରାୟ କୋଟିଏ ୨୦ ହଜାର ମହିଳାଙ୍କୁ ପ୍ରଥମ କିସ୍ତି ଦିଆଯିବ । ଆସନ୍ତାକାଲି କୋଟିଏ ପାର କରିବ ସୁଭଦ୍ରା ହିତାଧିକାରୀ ସଂଖ୍ୟା ।

ସେହିପରି ଫିଲଡ଼ ଭେରିଫିକେସନ ପରେ ଯାହା ରହିଯିବ ରକ୍ଷା ବନ୍ଧନରେ ଏକସଙ୍ଗେ ୩ଟି କିସ୍ତି ମିଳିବ । ମାର୍ଚ୍ଚ ୩୧ ତାରିଖ ଆବେଦନର ଶେଷ ତାରିଖ । ସର୍ଭେ ସରିବା ଯାଏଁ ଆବେଦନ ପ୍ରକ୍ରିୟାକୁ ବନ୍ଦ କରାଯିବ । ଯେଉଁମାନେ ଯୋଗ୍ୟ ହିତାଧିକାରୀ ସେମାନେ, ଏକାଥରେ ସେମାନେ ସୁଭଦ୍ରାର ତିନୋଟି କିସ୍ତି ପାଇବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।

Comments are closed.