Latest Odisha News

BREAKING NEWS

ଦେଶର ୪୫ଟି ସ୍ଥାନରେ ବିକଶିତ ହେଉଛି ଜଳମାର୍ଗ ପରିବହନ ସେବା

ଓଡ଼ିଶାର ୨ଟି ସ୍ଥାନରେ ମଧ୍ୟ ବିକଶିତ ହେଉଛି ଜଳମାର୍ଗ

ନୂଆଦିଲ୍ଲୀ:  କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଏବଂ ଜଳମାର୍ଗ ମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସୋନୱାଲ ରାଜ୍ୟସଭାରେ ଏକ ଲିଖିତ ଉତ୍ତର ଦେଇ କହିଛନ୍ତି  ଯେ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଏବଂ ଜଳମାର୍ଗ ମନ୍ତ୍ରଣାଳୟ ରୋ-ରୋ/ରୋ-ପେକ୍ସ ଫେରୀ ପରିବହନ ସେବାକୁ ପ୍ରୋତ୍ସାହନ ଦେଉଛି । ଏହି ଜଳ ଆଧାରିତ ପରିବହନ ବ୍ୟବସ୍ଥାକୁ ଲଜିଷ୍ଟିକ୍ସ ଖର୍ଚ୍ଚ କମାଇବା ଏବଂ ଯାତ୍ରା ସମୟ ହ୍ରାସ କରିବାର ଏକ ଉନ୍ନତ ମାର୍ଗ ଭାବେ ବିବେଚନା କରାଯାଉଛି । ଏହା ମଧ୍ୟ ସଡ଼କ, ରେଳ ମାର୍ଗରେ ଟ୍ରାଫିକ ଭିଡ଼ କମାଇବା ସହିତ ଶବ୍ଦ ପ୍ରଦୂଷଣ ହ୍ରାସ କରିବ । ବିଭିନ୍ନ ସୁବିଧାଜନକ ମାର୍ଗରେ ଉପକୂଳ ଜାହାଜ ଚଳାଚଳକୁ ପ୍ରେତ୍ସାହିତ କରିବା ଲକ୍ଷ୍ୟ ନେଇ ଏହି ସେବାକୁ କାର୍ଯ୍ୟକାରୀ କରାଯାଉଛି ।

ଭାରତ ସରକାର ମୋଟ୍‌ ୧୯୦୦ କୋଟି ଟଙ୍କା ବ୍ୟୟରେ ଓଡ଼ିଶାର ୨ଟି ସ୍ଥାନ ସମେତ ଦେଶର ୪୫ଟି ସ୍ଥାନରେ ରୋ ପେକ୍ସ ଫେରୀ ସେବା ପ୍ରକଳ୍ପ ନିର୍ମାଣ ପାଇଁ ଆର୍ଥିକ ସହାୟତା ଯୋଗାଇ ଦେଉଛନ୍ତି ।  ବିଭିନ୍ନ ସ୍ଥାନରେ ଫେରୀ ଘାଟ ନିର୍ମାଣ କରାଯାଇ ଜଳମାର୍ଗରେ ଯାତାୟାତ ପାଇଁ ସୁଗମ ବ୍ୟବସ୍ଥା କରାଯାଇଛି । ଇତିମଧ୍ୟରେ ଗୁଜରାଟର ଘୋଗା-ହାଜିରା ମଧ୍ୟରେ  ରୋ-ପେକ୍ସ ଫେରୀ ସେବା ଆରମ୍ଭ କରାଯାଇଥିବା ବେଳେ ମହାରାଷ୍ଟ୍ରରେ ମୁମ୍ବାଇରୁ ମାଣ୍ଡୱା ମଧ୍ୟରେ ଏହି ଜଳମାର୍ଗ ଖୋଲିଛି । ଏସବୁ ପ୍ରକଳ୍ପ ମାଧ୍ୟମରେ ଏବେ ସୁଦ୍ଧା ୭ ଲକ୍ଷ ଯାତ୍ରୀ ଏବଂ ୧.୫ ଲକ୍ଷ ବାହନ ପରିବହନ କରାଯାଇଛି । ଆଗକୁ ଗୁଜରାଟର ପିପାଭାଓ ଏବଂ ମୂଲଦ୍ବାରକା ଏବଂ ମହାରାଷ୍ଟ୍ରର ଘୋଡ଼ବନ୍ଦର, ଭେଲଦୁର, ୱସାଇ, କାଶିଡ, ରେୱାସ, ମନୋରୀ ଏବଂ ଜେଏନ ବନ୍ଦରରେ ଏହି ସେବା ଆରମ୍ଭ କରାଯିବ । ତା’ଛଡ଼ା ଆନ୍ଧ୍ରପ୍ରଦେଶରେ ୪ଟି, ତାମିଲନାଡ଼ୁ ଓ ଗୋଆରେ ଗୋଟିଏ ଲେଖାଏଁ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବାକୁ ନିଷ୍ପତ୍ତି ହୋଇଛି । ଓଡ଼ିଶାର ଦୁଇଟି ସ୍ଥାନରେ  ରୋ ପେକ୍ସ ଫେରୀ ସେବା ଆରମ୍ଭ କରିବାକୁ ଲକ୍ଷ୍ୟ ରଖାଯାଇଛି ।

 

Leave A Reply

Your email address will not be published.