Latest Odisha News

BREAKING NEWS

ରାଷ୍ଟ୍ରପତି ପଦବୀ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିବେ ଦ୍ରୌପଦୀ ମୁର୍ମୁ

ଶିବରାଜ ଚୈାହାନ ପ୍ରଥମ ସମର୍ଥକ

ନୂଆଦିଲ୍ଲୀ: ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ ଆଜି ଏନ୍‌ଡିଏର  ରାଷ୍ଟ୍ରପତି  ପ୍ରାର୍ଥୀ ପାଇଁ ନାମାଙ୍କନପତ୍ର ଦାଖଲ କରିବେ ।  ସଂସଦ ଭବନରେ ମଧ୍ୟାହ୍ନ ୧୨ଟାରେ ପ୍ରାର୍ଥୀପତ୍ର ଦାଖଲ କରିବା ନେଇ ସୂଚନା ରହିଛି ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ସମେତ ଏନଡିଏର ବିଭିନ୍ନ ଦଳର ନେତା ଓ ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀ ଓଡ଼ିଶାର ବିଜେପି ବିଧାୟକ, ବିଜେଡିର ଦୁଇ ନେତା ଜଗନ୍ନାଥ ସାରକା ଓ ଟୁକୁନି ସାହୁ ମଧ୍ୟ ଉପସ୍ଥିତ ରହିବେ ।

ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପଦର ପ୍ରାର୍ଥୀଙ୍କ ନାମାଙ୍କନ ପାଇଁ ବିଭିନ୍ନ ଦଳର ସାଂସଦ ଏବଂ ବିଧାୟକ ପ୍ରସ୍ତାବକ ଓ ସମର୍ଥକ ଭାବେ ପ୍ରାର୍ଥୀପତ୍ରରେ ଦସ୍ତଖତ କରାଯାଇଛି । ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ପତ୍ରରେ ପ୍ରଥମ ପ୍ରସ୍ତାବକ ହେଉଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ।  ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବରୁ ସମର୍ଥନ ଜଣାଇଛନ୍ତି । ସେହିଭଳି  ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ମଧ୍ୟ ଶ୍ରୀମତୀ ମର୍ମୁଙ୍କୁ ନିଜର ସମର୍ଥନ ଜଣାଇଛନ୍ତ ।  ବିହାରର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମଧ୍ୟ ସମର୍ଥନ ଜଣାଇଛନ୍ତି । ଗତକାଲି  ଦ୍ରୌପଦୀ ମୁର୍ମୁ  ପ୍ରଧାନମନ୍ତ୍ରୀ ମୋଦୀ ଓ ଗୃହମନ୍ତ୍ରୀ ଶାହ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଥିଲେ ।  ରାଷ୍ଟ୍ରପତି ନିର୍ବାଚନ ଆସନ୍ତା ଜୁଲାଇ ୧୮ ତାରିଖରେ ହେବ । ଜୁଲାଇ ୨୧ ତାରିଖରେ ଭୋଟ  ଗଣତି ହେବ । ଏଠାରେ ସୂଚନାଯୋଗ୍ୟ ୟୁପିଏ ପକ୍ଷରୁ ଯଶୋବନ୍ତ ସିହ୍ନାଙ୍କୁ ପ୍ରାର୍ଥୀ କରାଯାଇଛି ।

Leave A Reply

Your email address will not be published.