Latest Odisha News

BREAKING NEWS

ଭିଜିଲାନ୍ସ ଜାଲରେ ଫସିଲେ କିରାଣୀ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଭବାନୀପାଟଣାସ୍ଥିତ ଡିଆରଡିଏ ବିଭାଗର ଜଣେ କିରାଣୀଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ଦିନ ଭିଜିଲାନ୍ସ ଟିମ୍ ତାଙ୍କ ଘରେ ଚଢାଉ କରିଛି।

ଭିଜିଲାନ୍ସ ଜାଲରେ ଫସିଥିବା ସମ୍ପୃକ୍ତ ଅଧିକାରୀ ଜଣକ ହେଉଛନ୍ତି ହର ପ୍ରସାଦ ଆଚାର୍ଯ୍ୟ ।

ସୂଚନା ଅନୁଯାୟୀ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କର ଘର ଓ ପୈତୃକ ଘର ସମେତ ବିଭିନ୍ନ ସ୍ଥାନରେ ଏକକାଳୀନ ଚଢାଉ କରିଛି ଭିଜିଲାନ୍ସ ଟିମ୍ ।

ତେବେ ଶେଷ ରିପୋର୍ଟ ଲେଖାଯିବା ବେଳକୁ ଏହି ଚଢାଉ କାର୍ଯ୍ୟ ଜାରି ରହିଛି ।

Leave A Reply

Your email address will not be published.