Latest Odisha News

BREAKING NEWS

ଗଞ୍ଜାମରେ ପୋଲିସ ଏନକାଉଣ୍ଟର, କୁଖ୍ୟାତ ଅପରାଧୀ ଆହତ

ଗଞ୍ଜାମ : ଗଞ୍ଜାମ ଜିଲ୍ଲାର ଖଲ୍ଲିକୋଟ୍ ଥାନା ଅନ୍ତର୍ଗତ ଅଞ୍ଚଳରେ ପୋଲିସ ଏନକାଉଣ୍ଟରରେ ଶୁକ୍ରବାର ଦିନ ଜଣେ କୁଖ୍ୟାତ ଅପରାଧୀ ଆହତ ହୋଇଛି।

ଆହତ ଅପରାଧୀ ଜଣକ ମନୋଜ ସ୍ୱାଇଁ ବୋଲି ଜଣାପଡିଛି ।

ମିଳିଥିବା ସୂଚନାନୁଯାୟୀ ଏହି ଘଟଣାରେ ୪ ଜଣ ପୋଲିସ ଅଧିକାରୀ ମଧ୍ୟ ଆହତ ହୋଇଛନ୍ତି ।

ଏହି ଏନକାଉଣ୍ଟରରେ ଅପରାଧିର ବାମ ଗୋଡରେ ଗୁଳି ବାଜିଥିବାବେଳେ ତା’ର ସହଯୋଗୀ ଫେରାର ହୋଇଯାଇଥିବା ପୋଲିସ ସୁତ୍ରରୁ ପ୍ରକାଶ ।

ଅନ୍ୟପକ୍ଷରେ ଆହତ ମନୋଜକୁ ଚିକିତ୍ସା ନିମନ୍ତେ ସ୍ଥାନୀୟ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପରବର୍ତ୍ତୀ ସମୟରେ ଅବସ୍ଥା ଗୁରୁତର ହେବାରୁ ତାକୁ ବ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ନେଇ ଜଣାପଡିଛି ।

Leave A Reply

Your email address will not be published.