Latest Odisha News

BREAKING NEWS

ହାଇୱାକୁ ଧକ୍କା ଦେଲା ଡଲଫିନ୍ ବସ୍; ଡ୍ରାଇଭର ମୃତ,୨୦ ଆହତ

ଅନୁଗୁଳ: ଦୁର୍ଘଟଣାଗ୍ରସ୍ତ ବାଲି ବୋଝେଇ ହାଇୱାକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି । ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥରେ ଘଟିଛି ଏହି ଦୁର୍ଘଟଣା ।

ସୂଚନା ଅନୁସାରେ, ଡଲଫିନ ନାମକ ଏକ ଯାତ୍ରୀବାହୀ ବସ ରାୟପୁରରୁ କଟକ ଯାଉଥିବା ବେଳେ ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ରାଜପଥ ଉପରେ ଛିଡା ହୋଇଥିବା ଏକ ବାଲି ବୋଝେଇ ଟ୍ରକକୁ ପଛରୁ ଧକ୍କା ଦେଇଥିଲା l ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି ।

ଦୁର୍ଘଟଣାରେ ଗାଡି ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଆହତଙ୍କ ମଧ୍ୟରେ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଦୁର୍ଘଟଣାରେ ବସ୍‌ର ସମ୍ମୁଖ ଅଂଶଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି । ଦୁର୍ଘଟଣାଗ୍ରସ୍ତ ଦୁଇଗାଡ଼ିକୁ ଜବତ କରି ତଦନ୍ତ ଚଳାଇଛି ପୋଲିସ ।

Leave A Reply

Your email address will not be published.