Latest Odisha News

BREAKING NEWS

ଘୂର୍ଣ୍ଣିବଳୟ ପ୍ରଭାବରେ ଜୁଲାଇ ୨ ଯାଏଁ ବର୍ଷା ସମ୍ଭାବନା, ଅତିପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଜୁଲାଇ ୨ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା। ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଆସନ୍ତାକାଲି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବଲାଙ୍ଗିର ଓ ବୌଦ୍ଧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବରଗଡ଼, ନୂଆପଡ଼ା, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, ମୟୂରଭଞ୍ଜ, ଝାରସୁଗୁଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ।

ବିଜୁଳି, ଘଡ଼ଘଡ଼ି ନେଇ ୧୧ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତିସଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

 

Comments are closed.