ପୁରୀ: ଆମ ପୁରାତନ ସଂସ୍କୃତି ଅନୁଯାୟୀ ପଂଚଭୂତକୁ ଆଧାର କରି ଦୁର୍ଗାପୂଜା ଆୟୋଜିତ ହୋଇଥାଏ । ଶରତକାଳୀନ ଦୁର୍ଗା ହେଉ ଅଥବା ବାସନ୍ତି ଦୁର୍ଗାପୂଜା, ଏଥିରେ ମୂର୍ତ୍ତି ସ୍ଥାପନ କରାଯାଇ ଜୀବନ୍ୟାସ କର୍ମ ସହ ପୂଜା ନିୟମ ପ୍ରଣୟନ ହେଉଥିଲେ ମଧ୍ୟ ଘଟସ୍ଥାପନ ଜନିତ ପୂଜା ଆବହମାନ କାଳରୁ ପ୍ରଚଳିତ । ଆମର ସଂସ୍କୃତି ଅନୁଯାୟୀ ବିଭିନ୍ନ ପୂଜା ପଞ୍ଚଭୂତ ଉପରେ ଆଧାରିତ । ମନୁଷ୍ୟ ପ୍ରଥମେ ମାଟିକୁ ପୂଜାକଲା । କାରଣ ଏହି ମାଟି ତାକୁ ରହିବା ପାଇଁ ଆଶ୍ରୟ ଦେଲା ଏବଂ ସେହିମାଟିରୁ ଉତ୍ପାଦିତ ଫଳ ଖାଇ ସେ ବଞ୍ଚିଲା । ସେହିପରି ଜଳକୁ ଜୀବନ ବୋଲି କହିଲା । ତେଣୁ ଭିନ୍ନ ଭିନ୍ନ ଜଳାଶୟ ବା ନଦୀକୂଳରେ ଗଢିଉଠିଲା ଜନବସତି । ପରବର୍ତ୍ତୀ ସମୟରେ କେତେକ ନଦୀ ତୀର୍ଥକ୍ଷେତ୍ର ରୂପେ ପରିଗଣିତ ହେଲେ । ତେଜର ମୂର୍ତ୍ତିମନ୍ତ ରୂପ ସୂର୍ୟ୍ୟଙ୍କୁ ଈଶ୍ୱର ଭାବେ ଗ୍ରହଣ କରାଗଲା । ଅଗ୍ନି, ପବନ ଏବଂ ଆକାଶକୁ ମଧ୍ୟ ନିଜର ପୂଜ୍ୟ ଭାବେ ସ୍ୱୀକୃତି ଦିଆଗଲା ।
ବାସନ୍ତୀ ଦୁର୍ଗାପୂଜା ବିଶେଷ ଭାବେ ପାଳିତ ହୋଇ ନ ଥାଏ । ଅନ୍ୟପକ୍ଷରେ ଶରତକାଳୀନ ଦୁର୍ଗାପୂଜା ଏବେ ସାର୍ବଜନୀନ ପୂଜାର ସ୍ୱୀକୃତି ପାଇଛି, କିନ୍ତୁ ଉଭୟ ପୂଜା ଏବଂ ତା’ର ବିଧାନ ପ୍ରାୟତଃ ସମାନ । ଶରତକାଳୀନ ପୂଜା ଏବଂ ବାସନ୍ତୀପୂଜା ବ୍ୟତୀତ ଦକ୍ଷିଣ ଓଡ଼ିଶାରେ ଅନ୍ୟ ଦିନରେ ମା’ଙ୍କର ସ୍ୱପ୍ନାଦେଶ ଅଥବା ଆଜ୍ଞାମାଳ ପରିପ୍ରେକ୍ଷୀରେ ବିଧିବ୍ୟବସ୍ଥା ଅନୁଯାୟୀ ମଧ୍ୟ ମା’ଙ୍କର ପୂଜା ଅର୍ଚ୍ଚନା କରାଯାଏ । ଏଠାରେ ମଧ୍ୟ ଘଟ ସ୍ଥାପନ ଏବଂ ଘଟପୂଜା ଦେଖିବାକୁ ମିଳେ ଓ ଏପରିକି ଘଟକୁ ମୁଣ୍ଡରେ ଧରି ପରିକ୍ରମା କରାଯିବାର ବିଧି ରହିଛି । ମୂର୍ତ୍ତିପୂଜା ମାତ୍ର ଦୁଇଶହ ବର୍ଷ ଭିତରେ ଦେଖିବାକୁ ମିଳିଲା । ତେବେ ପ୍ରଥମେ ଧାତୁ ନିର୍ମିତ ମୂର୍ତ୍ତି ଦେଖିବାକୁ ମିଳୁଥିଲା ବେଳେ ମାତ୍ର ୧୦୦ରୁ ୧୫୦ ବର୍ଷ ମଧ୍ୟରେ ମାଟି ନିର୍ମିତ ମୂର୍ତ୍ତିର ବ୍ୟାପକ ପ୍ରସାର ଘଟିଛି । କିନ୍ତୁ ପ୍ରାରମ୍ଭରୁ ପ୍ରଚଳିତ ଘଟପୂଜା ଏବେ ବି ଅନୁଷ୍ଠିତ ହେଉଛି । ସମୟର ଧାରାରେ ଏହି ପଞ୍ଚଭୂତ ଯାହା ସହ ସମ୍ପର୍କିତ ସେମାନଙ୍କୁ ମଧ୍ୟ ଈଶ୍ୱରୀୟ ସତ୍ତାର ଅଂଶ ବା ଈଶ୍ୱର ଭାବେ ଗ୍ରହଣ କରାଯାଇଛି । ଯେପରି ବୃକ୍ଷକୁ ବୃକ୍ଷଦେବତା ଏବଂ ଶିଳା, ଧାତୁ ପ୍ରଭୃତି ପୂଜନୀୟ ହେଲେ । ଏହି ମହାପଞ୍ଚଭୂତମନଙ୍କ ଧର୍ମଗତ ସ୍ୱଭାବ ହେଲା- ଶବ୍ଦ, ସ୍ପର୍ଶ, ରୂପ, ରସ ଏବଂ ଗନ୍ଧ । ପୁନଃ ଏଗୁଡ଼ିକ ଆମର ପଞ୍ଚଇନ୍ଦ୍ରୀୟ ଅର୍ଥାତ୍ କର୍ଣ୍ଣ, ଚର୍ମ, ଚକ୍ଷୁ, ଜିହ୍ୱା ଓ ନାସାଦ୍ୱାରା ଗୃହିତ ହୋଇଥାନ୍ତି ।ବର୍ତ୍ତମାନ ଦେଖିବା ଏହି ଘଟରେ ଆମେ କେଉଁ କେଉଁ ଦେବତାଙ୍କୁ ଆବାହନ କରିଥାଉ । ଅବଶ୍ୟ ଜଳରେ ଗଙ୍ଗା, ଯମୁନା, ଗୋଦାବରୀ, ସରସ୍ୱତୀ, ନର୍ମଦା, ସିନ୍ଧୁ ଏବଂ କାବେରୀର ପବିତ୍ର ଭାବଧାରାକୁ ସମ୍ମିଶ୍ରଣ କରାଯାଏ ।
ଗୋଟିଏ ଘଟ ମଧ୍ୟରେ ଅର୍ଥାତ ବିନ୍ଦୁ ମଧ୍ୟରେ ସିନ୍ଧୁର ପରିକଳ୍ପନା ହୋଇଥାଏ । ସେହିପରି ବିଘ୍ନ ବିନାଶକ ଗଣନାୟକ, ଜଳର ଦେବତା ବରୁଣ, ଇନ୍ଦ୍ର ଏବଂ ଦଶଦିଗପାଳ, ସୂର୍ୟ୍ୟଙ୍କ ସହ ନବଗ୍ରହ ଏବଂ ଗ୍ରାମଦେବତୀଙ୍କୁ ଆବାହନ କରି ଘଟରେ ସ୍ଥାପନା କରାଯାଇ ପୂଜା କରାଯାଏ । ଅନ୍ୟ ପକ୍ଷରେ ଘଟ ମୁଖରେ ଶିବ, କଣ୍ଠରେ ବିଷ୍ଣୁ, ତଳ ଭାଗରେ ବ୍ରହ୍ମା, ମଧ୍ୟଭାଗରେ ଅଷ୍ଟାଦଶ ମାତୃଗଣ, କୁକ୍ଷୀରେ ସପ୍ତସାଗର, ସପ୍ତଦ୍ୱୀପ ପୃଥିବୀ ଏବଂ ଉଦରରେ ସମସ୍ତ ତୀର୍ଥକୁ ସ୍ମରଣ କରି ପୂଜା କରାଯାଏ ।
BREAKING NEWS
- ଲାଞ୍ଚ ନେଇ ବନ୍ଧା ହେଲେ ପଶୁଚିକିତ୍ସା କାର୍ଯ୍ୟାଳୟର କର୍ମୀ
- ମାଓ ସଂଗଠନ ପାଇଁ ଅଡିଓ ବାର୍ତ୍ତା ଜାରି କଲେ ଡିଜିପି; ସରେଣ୍ଡର ପାଇଁ ଏହି ଫୋନ୍ ନଂରେ ଯୋଗାଯୋଗ କରନ୍ତୁ…
- ମହିଳା ଚଳାଇବେ ଆମ ବସ୍, ଟ୍ରେନିଂ ପାଇଁ ଗଲେ ପୁଣେ
- କାଙ୍ଗାଳ ପାକିସ୍ତାନର ନିଚ୍ଛକ ସତ, ଇଜ୍ଜତ ବିକି ମାଗୁଛି କରଜ
- ପ୍ରଥମ ରାଷ୍ଟ୍ରପତି ଭାବେ ମା’ ବିରଜାଙ୍କୁ ଦର୍ଶନ କରିବେ ଦ୍ରୌପଦୀ ମୁର୍ମୁ
- ଅରିଜିତଙ୍କୁ ବଡ ଅନୁରୋଧ କଲେ ନିର୍ଦ୍ଦେଶକ ବିଶାଲ ଭରଦ୍ୱାଜ
- Dhurandhar Song In Guinness World Record: ସାରା ବିଶ୍ୱରେ କ୍ରେଜ୍ ବଢ଼ାଇଛି ଧୁରନ୍ଧର୍ ସିନେମାର ଏହି ଗୀତ, ଭାଙ୍ଗିଲା ଗିନିଜ୍ ବିଶ୍ୱ ରେକର୍ଡ…ଖୁବ୍ ଶୀଘ୍ର ଭାରତ ଆସିବେ ଗାୟକ
- Kalikesh Visits Naveen Nivas: କଳିକେଶ ହେବେକି ନବୀନଙ୍କ ଉତ୍ତରାଧିକାରୀ?, ଚର୍ଚ୍ଚା ଭିତରେ ନବୀନ ନିବାସରେ ବିଧାୟକ…
- ଓଡ଼ିଆ ଭାଷାରେ ପଢିବେ ଏକାଦଶ ଶ୍ରେଣୀ ବିଜ୍ଞାନ ଛାତ୍ରଛାତ୍ରୀ; ଜିଲ୍ଲା ସଦର ମହକୁମା ବହି ଦୋକାନରେ ଉପଲବ୍ଧ ହେବ
- ଫିଟ ହେଉଛନ୍ତି ତିଳକ: ବ୍ୟାଟିଂ ପରେ କଲେ ବୋଲିଂ ଅଭ୍ୟାସ
Comments are closed.